Posted inଜାତୀୟ

ସିଜେଆଇଙ୍କ ଉପରେ ସୋସିଆଲ ମିଡିଆରେ ମିଥ୍ୟା ପୋଷ୍ଟ ପ୍ରେସ୍‌ ନୋଟ୍‌ ଜାରି କଲା ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୮: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଫାଇଲ ଫଟୋ ଏବଂ ତାଙ୍କର ନାଁରେ ଏକ ମିଛ ବିବୃତିକୁ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି। ଏଥିରେ ଲେଖାଅଛି, ‘ଭାରତର ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁରକ୍ଷା ଦେବା ପାଇଁ ଆମେ ସବୁପ୍ରକାର ଉଦ୍ୟମ ଚଳାଇଛୁ। ତଥାପି ଆପଣମାନଙ୍କ ସହଯୋଗ ମଧ୍ୟ ଏଥିପାଇଁ ଅତି ଗୁରୁତ୍ୱପୂର୍ଣ୍ଣ। ଜନସାଧାରଣ ଏକାଠି ହୋଇ ରାସ୍ତାକୁ ଓହ୍ଲାନ୍ତୁ ଏବଂ ସେମାନଙ୍କ ଅଧିକାର ପାଇଁ ସରକାରଙ୍କୁ ପ୍ରଶ୍ନ କରନ୍ତୁ। ଏକଚ୍ଛତ୍ରବାଦୀ ସରକାର ଲୋକଙ୍କୁ ଭୟଭୀତ କରିବେ, ଧମକ ଦେବେ; କିନ୍ତୁ ଏଥିରେ ଆପଣମାନେ ଭୟଭୀତ ହୁଅନ୍ତୁ ନାହିଁ। ସାହସ ରଖି ସରକାରଙ୍କୁ ଉତ୍ତର ମାଗନ୍ତୁ, ମୁଁ ଆପଣମାନଙ୍କ ସହ ରହିଛି।’
ସର୍ବୋଚ୍ଚ ଅଦାଲତ ସୋମବାର ଏକ ପ୍ରେସ୍‌ ନୋଟ୍‌ ଜାରି କରି କହିଛନ୍ତି, ସିଜେଆଇଙ୍କ ଦ୍ୱାରା ଏଭଳି ପୋଷ୍ଟ ଜାରି ହୋଇନାହିଁ କିମ୍ବା ଏଭଳି କୌଣସି ପୋଷ୍ଟ କରିବା ପାଇଁ ସେ କାହାକୁ ଅଧିକାର ଦେଇନାହାନ୍ତି। ସରକାରଙ୍କ ବିରୋଧରେ ଆନ୍ଦୋଳନ କରିବା ପାଇଁ ଏକ ସୋସିଆଲ ମିଡିଆ ପୋଷ୍ଟରେ ଜନସାଧାଣଙ୍କୁ ଆହ୍ବାନ ଦିଆଯାଇଥିବା ସୁପ୍ରିମକୋର୍ଟଙ୍କ ନଜରକୁ ଆସିଛି, ଯେଉଁଥିରେ ସିଜେଆଇଙ୍କ ଫଟୋ ଓ ମିଛ ମନ୍ତବ୍ୟକୁ ବ୍ୟବହାର କରାଯାଇଛି। ଏହି ପୋଷ୍ଟ ମିଥ୍ୟା, ମନ୍ଦ ଉଦ୍ଦେଶ୍ୟଯୁକ୍ତ ଏବଂ କୌତୂହଳପ୍ରଦ ବୋଲି ସୁପ୍ରିମକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri