୮ ବର୍ଷ ହେଲା ପଢ଼ାଉଥିଲେ ନକଲି ଶିକ୍ଷୟିତ୍ରୀ

ବଲାଙ୍ଗୀର ଅଫିସ,୨୮ା୫: ଜଣେ ଛାତ୍ରୀଙ୍କୁ ମାଡ଼ ମାରିବା ପରେ ଜଣାପଡ଼ିଛି ସତ। ୮ ବର୍ଷ ହେଲା ଏକ ସ୍କୁଲରେ ଦୁଇଜଣ ନକଲି ଶିକ୍ଷୟିତ୍ରୀ ପାଠ ପଢ଼ାଉଥିବା ଘଟଣା ନଜରକୁ ଆସିଛି। ଏହି ଶିକ୍ଷୟିତ୍ରୀଦ୍ୱୟ ଏନ୍‌ଜିଓ ଦ୍ୱାରା ନିଯୁକ୍ତ ହୋଇଥିବା ବେଳେ ଶିକ୍ଷା ବିଭାଗ ପାଖରେ ଖବର ନାହିଁ। ବଲାଙ୍ଗୀର ସହର ଇଚ୍ଛାପଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମ୍ପୃକ୍ତ ଶିକ୍ଷୟିତ୍ରୀ ଥିବା ଜାଣିବାକୁ ମିଳିଛି। ଏହି ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି କରିଛି।
ପ୍ରକାଶ ଯେ, ଚତୁର୍ଥ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଉକ୍ତ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢ଼ାଉଥିବା ଜଣେ ଶିକ୍ଷୟିତ୍ରୀ ଗତ ସୋମବାର ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଦଣ୍ଡମୁକ୍ତ ଅଞ୍ଚଳ ଭାବେ ପରିଗଣିତ ସ୍କୁଲରେ ଛାତ୍ରୀଙ୍କୁ ଶିକ୍ଷୟିତ୍ରୀ ଜଣକ ମାଡ଼ ମାରିଥିବା ଜଣାପଡ଼ିବା ପରେ ହଇଚଇ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର ପୂର୍ବାହ୍ନରେ କେତେଜଣ ଅଭିଭାବକ ସ୍କୁଲକୁ ଯାଇ କେଉଁ ଶିକ୍ଷୟିତ୍ରୀ ଛାତ୍ରୀଙ୍କୁ ମାଡ଼ ମାରିଲେ ସେନେଇ ତନାଘନା କରିଥିଲେ। ଏହାକୁ ନେଇ ସେଠାରେ ତର୍କବିତର୍କ ଚାଲିଥିବା ବେଳେ ମାଡ଼ ମାରିଥିବା ଶିକ୍ଷୟିତ୍ରୀଙ୍କ ପରିଚୟ ମିଳିଥିଲା। ତେବେ ସେହି ଶିକ୍ଷୟିତ୍ରୀ ଜଣକ ସରକାରୀ ନିଯୁକ୍ତିପ୍ରାପ୍ତ ନୁହେଁ ବରଂ ଏକ ଏନ୍‌ଜିଓ ଦ୍ୱାରା ନିଯୁକ୍ତ ବୋଲି ଜଣାପଡ଼ିଥିଲା। ଏହାକୁ ନେଇ ସେଠାରେ ଅଭିଭାବକମାନେ ହୋହଲ୍ଲା କରିଥିଲେ। ଖବର ପାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ (ଡିସିପିୟୁ) ଅଧିକାରୀ ଏବଂ ଶିଶୁ ମଙ୍ଗଳ କମିଟି (ସିଡବ୍ଲୁସି) ଟିମ୍‌ ସ୍କୁଲରେ ପହଞ୍ଚତ୍ ଘଟଣା ସମ୍ପର୍କରେ ପଚରାଉଚରା କରିଥିଲେ।
ଗତ ୨୦୧୪ରେ ପେଲେସ ଲାଇନ୍‌ସ୍ଥିତ ଏକ ଏନ୍‌ଜିଓ ଜନସେବା ସଂସ୍ଥା ସମ୍ପୃକ୍ତ ଦୁଇ ଯୁବତୀଙ୍କୁ ଉକ୍ତ ସ୍କୁଲରେ ନିଯୁକ୍ତି ଦେବାକୁ ତତ୍କାଳୀନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କୁଆଡ଼େ କହିଥିଲେ। ସେମାନେ ସ୍କୁଲ ପଢ଼ାରେ ପଛେଇ ଯାଉଥିବା ଦୁର୍ବଳ ଛାତ୍ରୀଛାତ୍ରଙ୍କୁ ପଢ଼ାଇବେ ବୋଲି କହିଥିଲେ। ସେହିଦିନଠାରୁ ସେମାନେ ସେ ସ୍କୁଲରେ ପାଠ ପଢ଼ାଇ ଆସୁଥିବା ଜଣାପଡ଼ିଛି। ଏହି ସ୍କୁଲରେ ଏବେ ୭୪ ଛାତ୍ରୀଛାତ୍ର ପଢୁଛନ୍ତି। ୪ ଜଣ ଶିକ୍ଷୟିତ୍ରୀ ମଧ୍ୟ ରହିଛନ୍ତି। ଏଠାରେ ଛାତ୍ର ଶିକ୍ଷକ ଅନୁପାତରୁ ଅଧିକ ଶିକ୍ଷୟିତ୍ରୀ ଥିବା ସତ୍ତ୍ୱେ ପୁଣି ଦୁଇଜଣ ଏନ୍‌ଜିଓ ପ୍ରକଳ୍ପ ଶିକ୍ଷୟିତ୍ରୀ କାମ କରୁଛନ୍ତି। ଏଠାରେ ସରକାରୀ ଶିକ୍ଷୟିତ୍ରୀମାନେ ନିଜେ ପାଠ ନ ପଢ଼ାଇ ନକଲି ଶିକ୍ଷୟିତ୍ରୀଙ୍କ ଜରିଆରେ ପଢ଼ାଉଥିବା ଆଲୋଚନାର ବିଷୟ ହୋଇଛି। ଏନେଇ ବ୍ଲକ ଶିକ୍ଷା ଅଧିକାରୀ ରାଘବ ପାଣିଗ୍ରାହୀଙ୍କୁ ପଚରାଯିବାରେ ଘଟଣା ସମ୍ପର୍କରେ ତଦନ୍ତ କରାଯିବ ଏବଂ ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ପାଇଁ ଡିଇଓଙ୍କୁ ସେ ଲିଖିତ ଜଣାଇବେ ବୋଲି କହିଥିଲେ। ଏହି ଘଟଣାକୁ ନେଇ ସମ୍ପୃକ୍ତ ଶିକ୍ଷୟିତ୍ରୀଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ସିଡବ୍ଲୁସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri