ଅଙ୍ଗନୱାଡ଼ି କର୍ମୀଙ୍କ ପରିବାରକୁ ମିଳିଲା ୫୦ ଲକ୍ଷ ସହାୟତା

ଦିଗପହଣ୍ଡି,୫ା୬(ଡି.ଏନ.ଏ.): କରୋନାରେ ପ୍ରାଣ ହରାଇଥିବା କୋଭିଡ ଯୋଦ୍ଧା ତଥା ଦିଗପହଣ୍ଡି ବ୍ଳକ ଅଧୀନ ଭୀଷ୍ମଗିରୀ ଗ୍ରାମର ଅଙ୍ଗନୱାଡ଼ି କର୍ମୀ ଏମ୍‌ .ମାଙ୍ଗାମ ପାତ୍ରଙ୍କ ପରିବାରକୁ ଗତ ୫୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମିଳିଥିବା ଏହି ସହାୟତା ରାଶିକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମାଙ୍ଗାମଙ୍କ ସ୍ବାମୀ ଲକ୍ଷ୍ମୀନାରାୟଣ ପାତ୍ରଙ୍କୁ ପ୍ରଦାନ କରିଛନ୍ତି।

୨୦୨୦ରେ କରୋନାର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଅଙ୍ଗନୱାଡ଼ି କର୍ମୀ ମାଙ୍ଗାମା ଲୋକଙ୍କୁ ସେବା ଯୋଗାଇବା ସହ ସଚେତନ କରାଇ ପ୍ରଶଂସାର ପାତ୍ର ପାଲଟିଥିଲେ। ସଙ୍ଗରୋଧ କେନ୍ଦ୍ରରେ କାମ ବେଳେ ସେ କରୋନାରେ ସଂକ୍ରମିତ ହୋଇ ସେହିବର୍ଷ ଅକ୍ଟୋବର ୧୦ ତାରିଖରେ ଆଖି ବୁଜିଥିଲେ। ଅଙ୍ଗନୱାଡ଼ି କର୍ମୀ ଜଣଙ୍କ ଜଣେ ନିଷ୍ଠାପର କର୍ମୀ ଭାବେ ୨୦ବର୍ଷ ଧରି ନିଃସ୍ବାର୍ଥପର ସେବା ଯୋଗାଇ ଗାଁ ସାରା ଲୋକପ୍ରିୟ ହୋଇପାରିଥିଲେ। ସେ ଜଣେ ଶାନ୍ତ ସ୍ବଭାବ, କର୍ମନିଷ୍ଠା, କର୍ତ୍ତବ୍ୟପରାୟଣ ତଥା ମିଷ୍ଠଭାଷି ଭାବେ ସମସ୍ତଙ୍କ ପରିଚିତ ଥିଲେ। ଜିଲାପାଳଙ୍କ ଆର୍ଥିକ ସହାୟତା ପ୍ରଦାନ ବେଳେ ଦିଗପହଣ୍ଡି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ପୁଷ୍ପାଞ୍ଜଳୀ ଶତପଥୀଙ୍କ ସମେତ ସ୍ବର୍ଗତା ମାଙ୍ଗାମାଙ୍କ ପରିବାର ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri