ପାରିବାରିକ ବିବାଦରୁ ଗଣ୍ଡଗୋଳ: ଗୋଟିଏ ପରିବାରର ୩ ଆହତ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ତୁରୁମୁରେ ଦୁଇ ପରିବାର ମଧ୍ୟରେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର ୩ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଶନିବାର ବ୍ରହ୍ମପୁର ବଡ଼ ମେଡିକାଲ ପଠାଯାଇଛି। ଆହତମାନକୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ କର୍ମଚାରୀ ନେଉଥିବା ବେଳେ ଆକ୍ରମଣକାରୀମାନେ ଜଣଙ୍କୁ ଆମ୍ବୁଲାନ୍ସରୁ ଘୋଷାଡି ଆଣି ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ଆମ୍ବୁଲାନ୍ସ କର୍ମଚାରୀ ଭୟରେ ଦୌଡ଼ି ପଳାଇଥିଲେ।

ଖବର ପାଇ ଭଞ୍ଜନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ହସ୍ପିଟାଲ ପଠାଇଥିଲା। ଫଳରେ ଆହତ ରାଜେଶ ସେଠୀ ଏବଂ ତାଙ୍କ ମା’ ବାପାଙ୍କ ଜୀବନ ରକ୍ଷାପାଇ ଯାଇଥିଲା।

ଏନେଇ ଭଞ୍ଜନଗର ପୋଲିସ ଏକ ମାମଲା ରୁଜୁ କରି ଜଣକୁ ଅଟକ ରଖି ପଚରାଉଚରା କରୁଛି। ଘଟଣାରୁ ପ୍ରକାଶ ଯେ, ୨୦୧୯ରେ ରାଜେଶ ଓ ଆକ୍ରମଣକାରୀଙ୍କ ମଧ୍ୟରେ ପାରିବାରିକ ବିବାଦରୁ ଗଣ୍ଡଗୋଳ ହୋଇଥିଲା। ପୋଲିସ ସେ ସମୟରେ ଏନେଇ ଦୁଇଟି ପୃଥକ ପୃଥକ ମାମଲା ରୁଜୁ କରିଥିଲା। ଏହା ପରଠୁ ଦୁଇ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା।

ଶୁକ୍ରବାର ରାତରେ କୌଣସି କଥାକୁ ନେଇ ରାଜେଶ ଓ ଅନ୍ୟ ଜଣେ ଯୁବକଙ୍କ ସହ ବଚସା ହୋଇଥିଲା। ଏହାପରେ ରାଜେଶଙ୍କୁ ଆକ୍ରମଣକାରୀ ୟମାନେ ଆକ୍ରମଣ କରିଥିଲେ। ଫଳରେ ରାଜେଶ ଧରିଥିବା ତାଙ୍କ ଛୁଆକୁ ଅନ୍ୟ ଜଣେ ଉଦ୍ଧାର କରି ନେଇଥିଲେ । ଏହାର କିଛି ସମୟ ପରେ ଆକ୍ରମଣକାରୀମାନେ ଏକାଠି ହୋଇ ପୁଣି ରାଜେଶଙ୍କୁ ଆକ୍ରମଣ କରିଥିଲେ। ଏହାପରେ ଅଭିଯୁକ୍ତମାନେ ରାଜେଶଙ୍କ ଘରେ ପଶି ତାଙ୍କ ମା’ ଏବଂ ବାପାଙ୍କୁ ଆକ୍ରମଣ କରିଥିଲେ।

ଏନେଇ ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନାଙ୍କୁ ପଚାରିବାରୁ ୨୦୧୯ରେ ଘଟିଥିବା ପାରିବାରିକ ଶତ୍ରୁତାରୁ ଏହି ଗଣ୍ଡଗୋଳ ହୋଇଛି। ଆକ୍ରମଣରେ ବର୍ତ୍ତମାନ ଦୁଇଜଣ ଜଡ଼ିତ ଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

ଏପ୍ରିଲରୁ ବଦଳିଯିବ ଡିଜିଟାଲ ପେମେଣ୍ଟ ନିୟମ, କଣ ସବୁ ବଦଳିବ ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୩: ଆଉ ମାତ୍ର ୨ ଦିନ ପରେ ଆରମ୍ଭ ହେବାକୁ ଯାଉଛି ଏପ୍ରିଲ ମାସ। ଆସନ୍ତାମାସ ୧ ତାରିଖରୁ, ଡିଜିଟାଲ କାରବାରର ପଦ୍ଧତି ସମ୍ପୂର୍ଣ୍ଣ ପରିବର୍ତ୍ତନ ହେବ।…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

ବିଧାୟିକାଙ୍କ ସ୍ବାମୀଙ୍କ ନାମରେ ସଙ୍ଗୀନ ଅଭିଯୋଗ: ତହସିଲଦାରଙ୍କୁ…

ନର୍ଲା,୨୯।୩(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ।…

ବିୟର ବୋତଲ ପର୍ଯ୍ୟନ୍ତ ପହଞ୍ଚିଲାଣି ଯୁଦ୍ଧର ନିଆଁ, ଦେବାକୁ ପଡ଼ିପାରେ ଅଧିକ ଦେୟ

ନୂଆଦିଲ୍ଲୀ,୨୯।୩: ଗ୍ରୀଷ୍ମ ଋତୁ ଆସିଗଲାଣି। ସାଧାରଣତଃ ଗରମ ଋତୁରେ ବିୟରର ବ୍ୟବହାର ବୃଦ୍ଧି ପାଏ। ତଥାପି, ଏଥର, ଭାରତୀୟ ବିୟର ପ୍ରେମୀମାନଙ୍କୁ ଏହି ଋତୁରେ ସେମାନଙ୍କର ତୃଷା…

ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି ।  ଖବର ପାଇ ଭାଜପା…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri