Posted inଜାତୀୟ

Family Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାର

ନୂଆଦିଲ୍ଲୀ,୨୮।୩: ପରିବାର ଭାଙ୍ଗିଯିବା ଉପରେ ଚିନ୍ତା ପ୍ରକାଶ କରି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି ଯେ ଭାରତରେ ଲୋକମାନେ ‘ବସୁଧୈବ କୁଟୁମ୍ବକମ’ ନୀତିରେ ବିଶ୍ୱାସ କରନ୍ତି କିନ୍ତୁ ସେମାନଙ୍କ ନିକଟ ସମ୍ପର୍କୀୟଙ୍କ ସହିତ ମଧ୍ୟ ଏକତାରେ ରହିବାରେ ବିଫଳ ହେଉଛନ୍ତି। ବିଚାରପତି ପଙ୍କଜ ମିଠାଲ ଏବଂ ଏସ ଭି ଏନ ଭଟ୍ଟିଙ୍କ ଖଣ୍ଡପୀଠ କହିଛନ୍ତି ଯେ ପରିବାରର ଧାରଣା ଧୀରେ ଧୀରେ ଲୋପ ପାଇବାକୁ ଲାଗିଛି ଏବଂ ସମାଜରେ ‘ଗୋଟିଏ ବ୍ୟକ୍ତି-ଗୋଟିଏ ପରିବାର’ ଧାରା ବୃଦ୍ଧି ପାଉଛି।
ଜଣେ ମହିଳାଙ୍କ ଦ୍ୱାରା ଦାଖଲ ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି, ଯେଉଁଥିରେ ସେ ତାଙ୍କ ବଡ଼ ପୁଅକୁ ଘରୁ ବାହାର କରିବାକୁ ଦାବି କରିଥିଲେ। ଏହି ମାମଲାରେ, ଏହା ଜଣାପଡ଼ିଲା ଯେ ଆବେଦନକାରୀ ସମତୋଲା ଦେବୀ ଏବଂ ତାଙ୍କ ସ୍ବାମୀ କଲ୍ଲୁ ମଲଙ୍କ ତିନି ପୁଅ ଏବଂ ଦୁଇଟି ଝିଅ ଥିଲେ। କଲ୍ଲୁ ସ୍କ ମୃତ୍ୟୁ ହୋଇସାରିଛି ଏବଂ ମାତାପିତାଙ୍କର ସେମାନଙ୍କ ପୁଅମାନଙ୍କ ସହିତ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ନଥିଲା।
ଅଗଷ୍ଟ ୨୦୧୪ରେ, କଲ୍ଲୁ ମଲ ସ୍ଥାନୀୟ ଏସଡିଏମଙ୍କ ନିକଟରେ ଏକ ଅଭିଯୋଗ ଦାଖଲ କରିଥିଲେ, ଯେଉଁଥିରେ ସେ ତାଙ୍କ ବଡ଼ ପୁଅ ଉପରେ ମାନସିକ ଏବଂ ଶାରୀରିକ ନିର୍ଯ୍ୟାତନା ଦେଉଥିବାର ଅଭିଯୋଗ କରିଥିଲେ। ଏହା ପରେ, ୨୦୧୭ ମସିହାରେ, ଦମ୍ପତି ସେମାନଙ୍କ ପୁଅମାନଙ୍କ ବିରୁଦ୍ଧରେ ଭରଣପୋଷଣ ଦାବି କରି ଏକ ମାମଲା ଦାୟର କରିଥିଲେ, ଯାହାକୁ ସୁଲତାନପୁରର ପରିବାର ଅଦାଲତରେ ଏକ ଫୌଜଦାରୀ ମାମଲା ଭାବରେ ବିବେଚନା କରାଯାଇଥିଲା। କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ପୁଅମାନେ ପ୍ରତି ମାସରେ ସେମାନଙ୍କ ପିତାମାତାଙ୍କୁ ୪,୦୦୦ ଟଙ୍କା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri