ମୃତ ଆଲବମ୍‌ ଅଭିନେତ୍ରୀଙ୍କ ଚକ୍ଷୁଦାନ କଲେ ପରିବାର ଲୋକେ

ବଲାଙ୍ଗୀର ଅଫିସ, ୨୮ା୩:ମୋ ଝିଅ ତ ଚାଲିଗଲା, ହେଲେ ତା’ ଆଖିରେ ଆଉ କେହି ଜଣେ ଦୁନିଆ ଦେଖୁ। ତେଣୁ ତା’ର ଦୁଇଆଖିକୁ ଦାନକରିଦେଲି। ଏହିଭଳି କହିଛନ୍ତି ମୃତ ଆଲବମ୍‌ ଅଭିନେତ୍ରୀ ରୁଚିସ୍ମିତା ଗୁରୁ(୨୬)ଙ୍କ ବାପା ପ୍ରଦୀପ କୁମାର ଗୁରୁ। ରବିବାର ରାତିରେ ବଲାଙ୍ଗୀର ସୁଦପଡ଼ାସ୍ଥିତ ମାମୁଘରୁ ଅଭିନେତ୍ରୀ ରୁଚିସ୍ମିତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ସୋମବାର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କହିଛନ୍ତି, ରୁଚିସ୍ମିତା ପୁରୀ ଡିଏଭି ସ୍କୁଲ ଓ ସାମନ୍ତ ଚନ୍ଦ୍ରଶେଖର କଲେଜରେ ପଢ଼ିଥିଲେ। ସେ କେତୋଟି ଓଡ଼ିଆ ଆଲବମ୍‌ ଓ ଭଜନରେ ଅଭିନୟ କରିଥିଲେ। ଚଳଚ୍ଚିତ୍ର ଅଭିନେତ୍ରୀ ହେବାକୁ ଆଗ୍ରହୀ ଥିଲେ। ଏଥିପାଇଁ ଅନେକ ଥର ପ୍ରୟାସକରି ସେ ବିଫଳ ହୋଇଥିଲେ। ଏହାପରଠାରୁ ସେ ଡିପ୍ରେସନରେ ରହୁଥିଲେ। ଏହାହିଁ ତାଙ୍କ ମୃତ୍ୟୁର କାରଣ ବୋଲି ସେ କହିଛନ୍ତି। ରୁଚିସ୍ମିତାଙ୍କ ମା’ କହିଛନ୍ତି ରବିବାର ସକାଳେ ଘରେ ଆଳୁ ପରଟା କରିବାକୁ ନେଇ ତାଙ୍କର ଝିଅ ସହ କଥା କଟାକଟି ହୋଇଥିଲା। ଏତିକି ଆଉ କିଛି ନୁହେଁ। ବଲାଙ୍ଗୀର ତାଲପାଲିପଡ଼ାରେ ରୁଚିସ୍ମିତାଙ୍କ ଘର। ସୁଦପଡ଼ାରେ ତାଙ୍କ ମାମୁଘର। ତେବେ ମାମୁଘରକୁ ଆସି ସେ କାହିଁକି ଝୁଲିପଡ଼ିଲେ ତାହାର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣା ସମ୍ପର୍କରେ ଏସ୍‌ପି ନୀତିନ କୁଶଲକରଙ୍କୁ ପଚାରିବାରୁ ତଦନ୍ତ ଚାଲିଛି, ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri