ପାରିବାରିକ କଳହ: ସାନଭାଇ ନେଲେ ବଡଭାଇଙ୍କ ଜୀବନ

ବରଗଡ଼ ଅଫିସ, ୨୭।୯: ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ଲେମଧର ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର କୈଲାସ ସାହୁ ନିଜ ବଡଭାଇ ଝସକେତନଙ୍କୁ କୁରାଢୀରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି ବୋଲି ବିଜେପୁର ଥାନା ଆଇଆଇସି ସନୟ କୁମାର ନାଏକ କହିଛନ୍ତି । ଏ ନେଇ ବିଜେପୁର ଥାନାରେ ଏକ ହତ୍ୟା ମାମଲା (ନଂ-୨୦୪/୨୨) ରୁଜୁ ସହିତ ଅଭିଯୁକ୍ତ ଭାଇ କୈଲାସଙ୍କୁ ପୋଲିସ ଗିରଫ କରିଛି ।
ପ୍ରକାଶ ଯେ, ଉଭୟ ଭାଇଙ୍କ ମଧ୍ୟରେ ପାରିବାରିକ କଳିଗୋଳ ଲାଗି ରହିଥିଲା। ଉଭୟେ ମଙ୍ଗଳବାର କ୍ଷେତରେ ଥିବାବେଳେ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ କଥା କଟାକଟି ହୋଇଥିଲା। ମୃତ ଝସକେତନ ସାନଭାଇ କୈଲାସ ଉପରକୁ ଏକ ଠେଙ୍ଗା ଉଠାଇଥିଲେ। ଏଥିରେ ଉତକ୍ଷିପ୍ତ ହୋଇ କୈଲାସ ପାଖରେ ଥିବା ଏକ କୁରାଢୀରେ ଝସକେତନଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ଝସକେତନ ଗୁରୁତର ଆହତ ହୋଇଥିଲେ। ବିଜେପୁର ଡାକ୍ତରଖାନରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଭୀମସାର, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ବୁର୍ଲା ପହଞ୍ଚିବା ବେଳକୁ ଝସକେତନଙ୍କ ମୃତ୍ୟୁ ହୋଇ ସାରିଥିଲା। ବୁର୍ଲା ଡାକ୍ତରଖାନାରେ ତାଙ୍କ ମୃତଦେହ ରହିଛି। ବ୍ୟବଚ୍ଛେଦ ପରେ ବୁଧବାର ମୃତଦେହ ଗ୍ରାମକୁ ଆସିବ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri