Posted inଜାତୀୟ

କୃଷକଙ୍କ ଆନ୍ଦୋଳନ : ପଞ୍ଜାବରେ ପାଣ୍ଠି ସଂଗ୍ରହର ମାଧ୍ୟମ ପାଲଟିଛି ବିବାହ

ଚଣ୍ଡିଗଡ଼,୧୧।୧୨: ରାଜଧାନୀ ଦିଲ୍ଲୀ-ହରିୟାଣା ସୀମାରେ ଚାଲିଥିବା କୃଷକ ଆନ୍ଦୋଳନ ଶୁକ୍ରବାର ୧୬ ଦିନରେ ପ୍ରବେଶ କରିଛି। ଏହି ଆନ୍ଦୋଳନକୁ ମିଳୁଛି ଦେଶର ବିଭିନ୍ନ ମହଲରୁ ସମର୍ଥନ। ଏବେ ଏହି ବିକ୍ଷୋଭକାରୀ କୃଷକଙ୍କ ପାଇଁ ପାଣ୍ଠି ସଂଗ୍ରହ କରିବାର ଜରିଆ ପାଲଟିଛି ପଞ୍ଜାବରେ ହେଉଥିବା ବିବାହ କାର୍ଯ୍ୟକ୍ରମ। କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ପଞ୍ଜାବର ଶ୍ରୀ ମୁକ୍ତାସର ସାହିବ ଅଞ୍ଚଳରେ ଏକ ପରିବାର ଲକ୍ଷ ଲକ୍ଷ କୃଷକଙ୍କ ଲାଗି ବଢ଼ାଇଛି ସହାୟତାର ହାତ।

ପୁଅର ବିବାହରେ ପରିବାର ବର୍ଗ ଓ ବନ୍ଧୁମାନଙ୍କୁ ଗିପ୍ଟ ପରିବର୍ତ୍ତେ କୃଷକଙ୍କ ଆନ୍ଦୋଳନ ନିମନ୍ତେ ଟଙ୍କା ଦାନ କରିବାକୁ କୁହାଯାଇଛି। ଏଥି ନେଇ ବିବାହସ୍ଥଳରେ ରଖାଯାଇଥିଲା ଏକ ବଡ଼ ଦାନ ବାକ୍ସ। ବିବାହ ଉତ୍ସବରେ ଯୋଗ ଦେଇଥିବା ପ୍ରତ୍ୟେକ ଅତିଥିଙ୍କୁ ବର-କନ୍ୟା କୃଷକଙ୍କ ହେତୁ ଟଙ୍କା ଦାନ କରିବାକୁ କହିଥିଲେ।

ଏହା ଆମ ସଂଘର୍ଷ ଓ ଆମକୁ ଏକାଠି ହୋଇ ଲଢ଼ିବାକୁ ପଡ଼ିବ। ସମସ୍ତେ କୃଷକଙ୍କୁ ସାହାଯ୍ୟ କରିବା ଦରକାର। କୃଷକ ଭାଇମାନେ ଆନ୍ଦୋଳନ କରୁଥିବାବେଳେ ଏଠାରେ ଆମେ ଉତ୍ସବ ପାଳନ କରୁଛୁ। ଆଉ ସେମାନଙ୍କ ସମର୍ଥନରେ ଆଗେଇ ଆସିବାକୁ କହିଛନ୍ତି ଅଭିଜିତ ସିଂହ (ବର)।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଜନଗଣନା ପାଇଁ ପ୍ରସ୍ତୁତି ଜୋରଦାର: ଗଣନାକାରୀ, ପର୍ଯ୍ୟବେକ୍ଷକଙ୍କୁ ତାଲିମ

ଦାରିଙ୍ଗବାଡି, ୧ା୪ (ଅରୁଣ ସାହୁ)କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ୩ ଦିନିଆ ଜନ ଗଣନା-୨୦୨୭ ପାଇଁ ଗଣନାକାରୀ ଓ ପର୍ଯ୍ୟବେକ୍ଷକଙ୍କୁ ନେଇ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri