Posted inଖେଳ

କ୍ରିକେଟ ଖେଳ ଭଳି ପାରିବାରିକ ଜୀବନ ବି ରହିଛି ଅନିଶ୍ଚିତ…

ମୁମ୍ବାଇ,୮।୨: ପୂର୍ବତନ ଭାରତୀୟ କ୍ରିକେଟ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସୋମବାର ୫୮ ବର୍ଷ ପୂରଣ ହୋଇଛି। ୧୯୬୩ ଫେବୃୟାରୀ ୮ରେ ସେ ହାଇଦ୍ରାବାଦ୍‌ରେ ଜନ୍ମଗ୍ରହଣ କରିଥିଲେ। ସେ ୯୯ ଟେଷ୍ଟ ମ୍ୟାଚ ଖେଳି ୧୪୭ ଇନିଂସିରୁ ୬୨୧୫ ରନ ସଂଗ୍ରହ କରିଥିଲେ। ସେଥି ମଧ୍ୟରେ ୨୨ ଶତକ ଏବଂ ୨୧ ଅର୍ଦ୍ଧ ଶତକ ରହିଛି। ସେହିପରି ୩୩୪ ଏକଦିବସୀୟ ମ୍ୟାଚ ଖେଳି ୩୦୮ ଇନିଂସିରୁ ୯୩୭୮ ରନ ସଂଗ୍ରହ କରିଥିଲେ। ସେଥି ମଧ୍ୟରୁ ୫୮ ଶତକ ଏବଂ ୭ ଅର୍ଦ୍ଧ ଶତକ ରହିଛି। ୧୯୮୬ରେ ତାଙ୍କୁ ଅର୍ଜୁନ ଏବଂ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା। ଏହା ସହିତ ୧୯୯୧ରେ ତାଙ୍କୁ ଓ୍ବାଇଜ୍‌ଡେନ୍ସ୍‌ କ୍ରିକେଟର ଅଫ ଦି ଇୟର ସମ୍ମାନ ପ୍ରଦାନ କରାଯାଇଥିଲା। କ୍ରିକେଟ ଖେଳପଡ଼ିଆ ଭଳି ଆଝାରୁଦ୍ଦିନଙ୍କ ପାରିବାରିକ ଜୀବନ ମଧ୍ୟ ବେଶ ରୋମାଞ୍ଚଭରା ରହିଥିଲା। କ୍ରିକେଟ ଖେଳ ଭଳି ପାରିବାରିକ ଜୀବନ ବି ରହିଛି ଅନିଶ୍ଚିତ ରହିଛି। ୧୯୮୭ରେ ସେ ନୌରିନ୍‌ଙ୍କୁ ବିବାହ କରିଥିଲେ। ୧୯୯୬ରେ ଦୁହିଁଙ୍କର ବିବାହ ବିଚ୍ଛେଦ ହୋଇଥିଲା । ଏହାପରେ ୧୯୯୬ରେ ସେ ବଲିଉଡ ଅଭିନେତ୍ରୀ ସଙ୍ଗୀତା ବିଜଲାନୀଙ୍କୁ ବିବାହ କରିଥିଲେ। ସଙ୍ଗୀତାଙ୍କ ସହିତ ୨୦୧୦ରେ ତାଙ୍କର ବିବାହ ବିଚ୍ଛେଦ ଘଟିଥିଲା । ଦୁଇଥର ବିବାହ କରି ମଧ୍ୟ ତାଙ୍କର ପାରିବାରିକ ଜୀବନ ସଫଳ ହୋଇପାରି ନ ଥିଲା। ଏହାପରେ ମଡେଲ ଜ୍ୱାଲା ଗୁଟ୍ଟାଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ନେଇ ଚର୍ଚ୍ଚା ହୋଇଥିଲା । ଆଝାରୁଦ୍ଦିନ ୨୦୦୦ରେ ମ୍ୟାଚ ଫିକ୍ସିଂ ମାମଲାରେ ଜଡିତ ହୋଇଥିଲେ। ୨୦୧୨ରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ତାଙ୍କ ସପକ୍ଷରେ ରାୟ ହେଇଥିଲେ। ୨୦୦୯ ଫେବୃୟାରୀ ୧୯ରେ ସେ କଂଗ୍ରେସରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri