Posted inଖେଳ

ସ୍ଥିତି ବିଗୁଡ଼ୁଛି: ଆଇସୋଲେଶନରେ ଦିଲ୍ଲୀର ମୁଖ୍ୟ କୋଚ୍‌

ମୁମ୍ବାଇ,୨୨।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଚଳିତ ସଂସ୍କରଣରେ କରୋନା ସଂକ୍ରମଣ ଭୟ ବଢ଼ିବାରେ ଲାଗିଛି। ଶୁକ୍ରବାର ଦିଲ୍ଲୀ କ୍ୟାପିଟାଲ୍ସ ମୁଖ୍ୟ କୋଚ୍‌ ରିକି ପଣ୍ଟିଂଙ୍କ ଜଣେ ପରିବାର ସଦସ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସେ ଆଇସୋଲେଶନରେ ରହିବେ। ଦଳ ପକ୍ଷରୁ ରାଜସ୍ଥାନ ରୟାଲ୍ସ ବିରୋଧରେ ହେବାକୁ ଥିବା ମ୍ୟାଚ୍‌ ପୂର୍ବରୁ ଏନେଇ ସୂଚନା ଦିଆଯାଇଛି। ଟିମର ସୁରକ୍ଷାକୁ ଦୃଷ୍ଟିରେ ରଖି ଡାକ୍ତରଙ୍କ ପରାମର୍ଶ ମୁତାବକ ମ୍ୟାଚରୁ ଦୂରେଇ ରଖାଯାଇଛି।

ଫ୍ରାଞ୍ଚାଇଜ୍‌ ପକ୍ଷରୁ କୁହାଯାଇଛି, ପଣ୍ଟିଂଙ୍କ ଦୁଇଥର ହୋଇଥିବା ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିଛି। କରୋନା ବାହାରିଥିବା ପରିବାର ସଦସ୍ୟଙ୍କ ସମ୍ପର୍କରେ ସେ ଆସିଥିବାରୁ ସେ ୫ ଦିନ ଆଇସୋଲେଶନରେ ରହିବାକୁ ଡାକ୍ତରୀ ଟିମ୍‌ ନିଷ୍ପତ୍ତି ନେଇଛନ୍ତି। ଏଥିଲାଗି ସେ ଶୁକ୍ରବାର ଖେଳାଯିବାକୁ ଥିବା ମ୍ୟାଚ୍‌ରେ ଅନୁପସ୍ଥିତ ରହିବେ।

ସୂଚନାଯୋଗ୍ୟ, ଅଲରାଉଣ୍ଡର ମିଚେଲ ମାର୍ସ ଓ ଉଇକେଟ କିପର୍‌ ଟିମ୍‌ ସେଫଟ୍‌ଙ୍କ ସମେତ ଦିଲ୍ଲୀ ଟିମ୍‌ର ଫିଜିଓ, ମସାଜ ଥେରାପିଷ୍ଟ, ଡାକ୍ତର, ସୋସିଆଲ ମିଡିଆ ଟିମ୍‌ ସଦସ୍ୟ ପ୍ରମୁଖ ୬ ଜଣ ଏ ପର୍ଯ୍ୟନ୍ତ କରୋନା ସଂକ୍ରମିତ ହେଲେଣି। ବୋୟୋ ବବଲ୍‌ ଭିତରେ ରହି ମଧ୍ୟ ଖେଳାଳି ଓ ଟିମ ସଦସ୍ୟଙ୍କ କରୋନା ସଂକ୍ରମିତ ହେଉଥିବା ଏବେ ଚିନ୍ତାର କାରଣ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri