କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଛାତ୍ରୀଙ୍କ ବାପା ସଦର ଥାନାରେ କଲେଜ କର୍ତ୍ତୃପକ୍ଷଙ୍କ ନାମରେ ଲିଖିତ ଅଭିଯୋଗ କରିବା ପରେ ମାମଲା (ନଂ.୧୫୦/୨୨) ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ସଦର ଥାନା ଆଇଆଇସି ଅଶୋକ ନାୟକଙ୍କ ସମେତ ଏକ ସ୍ବତନ୍ତ୍ର ଟିମ୍‌ ଶୁକ୍ରବାର ହଷ୍ଟେଲ୍‌ ପରିସରରେ ପହଞ୍ଚତ୍ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିଛନ୍ତି। ମୃତ ଛାତ୍ରୀଙ୍କ ରୁମ୍‌ମେଟ, ହଷ୍ଟେଲ୍‌ ୱାର୍ଡ଼େନ୍‌, ପ୍ରିନ୍ସପାଲ ଏବଂ ହଷ୍ଟେଲ୍‌ ଆଖପାଖ ଲୋକଙ୍କ ସହ ପୋଲିସ ଟିମ୍‌ ଆଲୋଚନା କରିଛି। ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବା ବେଳେ ଛାତ୍ରୀଜଣଙ୍କ ଛାତରୁ ଖସି ପଡିଥିବା ପୋଲିସ ସ୍ପଷ୍ଟ କରିଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ଉକ୍ତ ଛାତ୍ରୀଙ୍କ ଘର ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଞ୍ଚଳରେ।
ପୋଲିସ ସୂଚନା ଅନୁଯାୟୀ, ଗତ ୧୮ତାରିଖରେ ହଷ୍ଟେଲରେ ରହୁଥିବା ୩ଜଣ ରୁମ୍‌ମେଟଙ୍କ ୯୦୦ଟଙ୍କା ଚୋରି ହୋଇଥିଲା। ଏହି ଘଟଣାକୁ ନେଇ ସାଙ୍ଗମାନେ ଉକ୍ତ ଛାତ୍ରୀଙ୍କୁ ସନ୍ଦେହରେ ପଚରାଉଚରା କରିବା ସହ ହଷ୍ଟେଲ୍‌ ୱାଡେର୍ର୍ନ୍‌ଙ୍କୁ ଜଣାଇଥିଲେ। ୱାର୍ଡେନ ମଧ୍ୟ ତାଙ୍କୁ ତାଗିଦ୍‌ କରିଥିଲେ। ଛାତ୍ରୀ ଜଣକ ଏ ସମ୍ପର୍କରେ ତାଙ୍କ ବାପାଙ୍କୁ ରାତି ପ୍ରାୟ ୧୦ଟା ୪୦ମିନିଟ୍‌ରେ ଫୋନ୍‌ କରି କାନ୍ଦି କାନ୍ଦି ଜଣାଇବା ସହ ୨ଶହ ଟଙ୍କା ଦେଲେ ସେମାନଙ୍କୁ ଫେରାଇ ଦେବେ ବୋଲି କହିଥିଲେ। ମଧ୍ୟରାତି ପର୍ଯ୍ୟନ୍ତ ସିଡି ପାହାଚରେ ବସି ଛାତ୍ରୀ ଜଣକ ପାଠ ପଢୁଥିବା ଅନ୍ୟମାନେ ଦେଖିଥିଲେ। ହଠାତ୍‌ କିଛି ସମୟ ପରେ ସେ ହଷ୍ଟେଲ ତଳେ ଚେତାଶୂନ୍ୟ ହୋଇପଡ଼ିଥିଲେ। ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇବା ସହ ପରିବାର ଲୋକଙ୍କୁ ଜଣାଇଥିଲେ। ସେଠାରେ ଛାତ୍ରୀଜଣଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri