Posted inଜାତୀୟ

ପରିବାରର ୪ ଜଣଙ୍କୁ ଟାଙ୍ଗିଆରେ ହାଣିଦେଲେ

ଲକ୍ଷ୍ନୌ,୨୬।୧୧: ୧୬ ବର୍ଷର ଝିଅ ଓ ୧୦ ବର୍ଷର ପୁଅ ସମେତ ପରିବାରର ୪ ଜଣଙ୍କୁ ଅତି ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ। ଗୁରୁବାର ସକାଳେ ଖବର ପାଇ ସେମାନଙ୍କ ଘରୁ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ। ନାବାଳିକା ଝିଅଙ୍କୁ ହତ୍ୟା ପୂର୍ବରୁ ଗଣବଳାତ୍କାର କରାଯାଇଥିବା ପରିବାରର ସମ୍ପର୍କୀୟମାନେ ଦାବି କରିବା ସହ ଅପରାଧ ପାଇଁ ସେମାନେ ପଡ଼ୋଶୀ ପରିବାରକୁ ଦାୟୀ କରିଛନ୍ତି।

ପୋଲିସ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ଗଣବଳାତ୍କାର ଓ ହତ୍ୟା ମାମଲା ରୁଜୁ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ଲୋକଙ୍କୁ ଥାନାରେ ଅଟକ ରଖାଯାଇଛି। ସେମାନଙ୍କ ମୁଣ୍ଡକୁ ଟାଙ୍ଗିଆ ଭଳି ଧାରୁଆ ଅସ୍ତ୍ରରେ ଆଘାତ ଦେଇ ହତ୍ୟା କରାଯାଇଛି। ନାବାଳିକାଙ୍କ ଶବ ଘର ଭିତରୁ ମିଳିଥିବା ବେଳେ ଅଗଣାରୁ ପରିବାରର ଅନ୍ୟ ୩ ସଦସ୍ୟଙ୍କ ମୃତଦେହ ମିଳିଥିବା ପ୍ରୟାଗରାଜ ପୋଲିସ ମୁଖ୍ୟ କହିଛନ୍ତି।

ମୃତକମାନଙ୍କ ଜଣେ ସମ୍ପର୍କୀୟ ଗଣମାଧ୍ୟମରେ କହିଛନ୍ତି, ଉପର ଜାତିର ପଡ଼ୋଶୀଙ୍କ ସହ ଜମି ବିବାଦ ଥିଲା। ଏହାର ଆପୋଷ ସମାଧାନ କରିବାକୁ ସୁଶୀଲ କୁମାର ନାମକ ଜଣେ ପୋଲିସ କନଷ୍ଟେବଳ ଆମ ଉପରେ ଚାପ ପକାଉଥିଲେ। ଅଭିଯୁକ୍ତଙ୍କ ଘରେ ପୋଲିସ ଅଧିକାରୀ ବସାଉଠା କରନ୍ତି। ସ୍ଥାନୀୟ ଇନସ୍ପେକ୍ଟର ମଧ୍ୟ ଆପୋଷ ବୁଝାମଣା କରିବାକୁ କହୁଥିଲେ। ସେପ୍ଟେମ୍ବର ୨୧ ତାରିଖରେ ପରିବାର ସଦସ୍ୟଙ୍କୁ ମାଡ଼ ମରାଯାଇଥିଲା। କିନ୍ତୁ ୭ ଦିନ ପର୍ଯ୍ୟନ୍ତ ପୋଲିସ ଏଫ୍‌ଆଇଆର ରଖି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?