Posted inଜାତୀୟ

ୟୁପିରେ ଚାଞ୍ଚଲ୍ୟ: ମା’ ବାପାଙ୍କ ସହ ୩ ଶିଶୁଙ୍କୁ ହତ୍ୟା

ମିରଟ,୧୦।୧: ଉତ୍ତରପ୍ରଦେଶର ମିରଟରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ ସଦସ୍ୟଙ୍କ ମୃତଦେହ ବେଡବକ୍ସରୁ ପୋଲିସ ଜବତ କରିଛି। ଦମ୍ପତିଙ୍କ ସହ ୩ଶିଶୁଙ୍କ କ୍ଷତବିକ୍ଷତ ଶରୀର ଉଦ୍ଧାର ହୋଇଛି। ସ୍ବାମୀ ସ୍ତ୍ରୀଙ୍କ ସହିତ ୩ ଝିଅଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ୩ ଝିଅଙ୍କ ବୟସ ୧୦ ବର୍ଷରୁ କମ। ସବୁଠାରୁ ବଡ ଝିଅର ବୟସ ୮ ଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ଯଥାକ୍ରମେ ୪ ଓ ୧ ବର୍ଷ ହେବ।

ଶରୀରର ମୁଣ୍ଡକୁ କୌଣସି ମାରଣାସ୍ତ୍ରରେ ପିଟା ଯାଇଥିବା ଜଣାପଡିଛି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି କହିଛନ୍ତି ଏସ୍‌ଏସ୍‌ପି ବିପିନ ଟାଡା କହିଛନ୍ତି।

ସୂଚନାଯୋଗ୍ୟ, ପରିବାରର କୌଣସି ଲୋକ ଘରୁ ବାହାରକୁ ନ ବାହାରିବାରୁ ପଡୋଶୀଙ୍କ ସନ୍ଦେହ ହୋଇଥିଲା। ଏନେଇ ପଡୋଶୀ ପୋଲିସକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ପୋଲିସ ପହଞ୍ଚି ତାଲା ଭାଙ୍ଗି ଘରେ ପଶିଥିଲା। ହେଲେ ପୋଲିସ ପ୍ରଥମେ ଘରର ସମସ୍ତ ଜିନିଷ ଏଣେତେଣେ ପଡିଥିବା ଦେଖିବାକୁ ପାଇଥିଲା। ପରେ ପୋଲିସ ବେଡବକ୍ସରୁ ୪ଜଣଙ୍କ ମୃତଦେହ ଉଦ୍ଧାର କରିଥିବା ବେଳେ ସାନ ଝିଅର ମୃତଦେହ ଏକ ଅଖା ଭିତରେ ଥିବା ଦେଖିବାକୁ ପାଇଥିଲା।

ପ୍ରାରମ୍ଭିକ ତଦନ୍ତରୁ ଏହା ହତ୍ୟାକାଣ୍ଡ ବୋଲି ଏସ୍‌ଏସ୍‌ପି ବିପିନ ଟାଡା କହିଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ପୋଲିସ ଅଭିଯୁକ୍ତଙ୍କୁ ଧରିବା ନେଇ ତନାଘନା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri