ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିଛି। ଶନିବାର ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନିଲଙ୍କ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇବା ସହ ସହାୟତା ରାଶିର ଚେକ୍‌ ପ୍ରଦାନ କରିଥିଲେ।

ଗତ ଜୁନ୍‌ ମାସରେ ଏକ ଦୁର୍ଘଟଣାରେ ଅନିଲଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ଅକାଳ ବିୟୋଗରେ ପରିବାର ଗଭୀର ଦୁଃଖରେ ଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଥିଲେ।

ଏହି କ୍ରମରେ ବିଧାୟକ ନାୟକ ପରିବାରକୁ ଭେଟି ଦୁଃଖଦ ସମୟରେ ସମବେଦନା ଜଣାଇବା ସହ ମଞ୍ଜୁର ହୋଇଥିବା ସହାୟତା ରାଶିର ଚେକ୍‌ ପ୍ରଦାନ କରିଥିଲେ।

ଏହି ଅବସରରେ ତହସିଲଦାର ସୁକାନ୍ତ ମିଶ୍ର, ଅଧ୍ୟକ୍ଷାଙ୍କ ପ୍ରତିନିଧି ଇଞ୍ଜିନିୟର ବିନୋଦ ପାଢ଼ୀ, ମଣ୍ଡଳ ସଭାପତି ଭଗବାନ ପ୍ରଧାନ, ବିଧାୟକଙ୍କ ପ୍ରତିନିଧି ପ୍ରଶାନ୍ତ ବୈଠାରୁଙ୍କ ସମେତ ବହୁ ଜନପ୍ରତିନିଧି ଓ ଅନ୍ୟମାନେ ଉପସ୍ଥିତ ଥିଲେ। ପରିବାରର ଏହି ଦୁଃଖଦ ସମୟରେ ସରକାରଙ୍କ ପକ୍ଷରୁ ମିଳିଥିବା ଆର୍ଥିକ ସହାୟତା ପରିବାରକୁ କିଛିମାତ୍ରାରେ ଆଶ୍ୱସ୍ତ କରିବ ବୋଲି କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?