ଘର ଘର ବୁଲି କରୋନା ମୃତକଙ୍କ ପରିବାରକୁ ଚିହ୍ନଟ କରିବେ ୧୦୦ ଅଧିକାରୀ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୬।୯: କରୋନା ମହାମାରୀ ସଂକ୍ରମଣ ଯୋଗୁଁ ମୃତ୍ୟୁ ଘଟିଥିବା ଆକ୍ରାନ୍ତଙ୍କ ପରିବାରକୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। କାର୍ଯ୍ୟ ବ୍ୟବସ୍ଥା ସହଜ କରିବା ଲାଗି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ସରକାରଙ୍କ ପକ୍ଷରୁ ୧୦୦ ଅଧିକାରୀଙ୍କୁ ନିଯୁକ୍ତ କରାଯାଇଛି।

ଅଧିକାରୀମାନେ ଘର ଘର ବୁଲି ମୃତକଙ୍କ ପରିବାରକୁ ଚିହ୍ନଟ କରିବେ। ପରେ ସେମାନେ ସମ୍ପର୍କିତ ଏକ ରିପୋର୍ଟ ପ୍ରସ୍ତୁତ କରିବେ ଏବଂ ଆସନ୍ତା ସାତ ଦିନ ମଧ୍ୟରେ ଏହାକୁ ସରକାରଙ୍କ ନିକଟରେ ଦାଖଲ କରିବେ। ଏହା ବ୍ୟତୀତ ଏହି ଅଧିକାରୀମାନଙ୍କୁ ପ୍ରତିଦିନ ସମ୍ପୃକ୍ତ ଜିଲା କମିଶନରଙ୍କୁ ସୂଚନା ପ୍ରଦାନ କରିବାକୁ କୁହାଯାଇଛି।

ଦିଲ୍ଲୀ ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ରାଜଧାନୀରେ କରୋନା ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ୨୫ ହଜାର ଲୋକଙ୍କ ମୃତ୍ୟୁ ଘଟିଛି, ମାତ୍ର ଜିଲା ପ୍ରଶାସନ ପକ୍ଷରୁ କେବଳ ଆଠ ହଜାର ଆବେଦନ ଗ୍ରହଣ କରାଯାଇଛି। ଚଳିତ ବର୍ଷ ଜୁନ ମାସରେ ଦିଲ୍ଲୀ ସରକାର କରୋନା ସଂକ୍ରମଣ ଯୋଗୁ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରକୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ କୋଭିଡ-୧୯ ପରିବାର ଆର୍ଥିକ ସହାୟତା ଯୋଜନା ଆରମ୍ଭ କରାଯାଇଛି।

ଏହି ଯୋଜନାରେ ଦିଲ୍ଲୀ ସରକାର ପ୍ରତ୍ୟେକ ମୃତକଙ୍କ ପରିବାରଙ୍କ ପାଇଁ ୫୦,୦୦୦ ଟଙ୍କା ଏବଂ ଅନାଥ ପିଲାମାନଙ୍କ ପାଇଁ ମାସିକ ୨,୫୦୦ ଟଙ୍କା ସହାୟତା କରିବାକୁ ପ୍ରତିଶୃତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri