ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ ନୁହେଁ। ମା’ମାନଙ୍କ ସ୍ବାସ୍ଥ୍ୟ, ଶିଶୁର ପୃଷ୍ଟି ଏବଂ ପରିବାର ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ମଧ୍ୟ ପରିବାର ନିୟୋଜନ ଅସ୍ତ୍ରୋପଚାରର ଲକ୍ଷ୍ୟ। ତେବେ ଏଭଳି ଲକ୍ଷ୍ୟ ନେଇ ସରକାର ପରିବାର ନିୟୋଜନ ଅସ୍ତ୍ରୋପଚାର କାର୍ଯ୍ୟକ୍ରମ ହାତକୁ ନେଇଥିବାବେଳେ ବିଭିନ୍ନ ସମୟରେ ଏହା ବାଟବଣା ହୋଇ ପଡୁଥିବା ଅଭିଯୋଗ ହେଉଛି। ସୋମବାର ବରଗଡ଼ ସଦର ଥାନା ଅନ୍ତର୍ଗତ ନିଲେଶ୍ୱର ଗ୍ରାମର ଅଶୋକ ସାହୁ ଭଟଲି ଥାନାରେ ଏଭଳି ଏକ ଅଭିଯୋଗ କରି ଏତଲା ଦେଇଛନ୍ତି। ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି ଯୋଗୁ ତାଙ୍କ ସ୍ତ୍ରୀ ବିଲାସିନୀଙ୍କ ମୃତ୍ୟୁ ହୋଇଥିବା ସେ ପୋଲିସରେ ଅଭିଯୋଗ କରିଛନ୍ତି।
ସେ ଥାନାରେ ଦେଇଥିବା ଏତଲାରେ ଉଲ୍ଲେଖ କରିଛନ୍ତି, ଗତ ୨୦ତାରିଖ ସ୍ଥାନୀୟ ଆଶା ତାଙ୍କ ସ୍ତ୍ରୀ ବିଲାସିନୀଙ୍କୁ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ସେହିଦିନ ବିଲାସିନୀଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର କରାଯାଇଥିଲା ଏବଂ ଅସ୍ତ୍ରୋପଚାର ପରେ ତାଙ୍କୁ ଘରେ ଛାଡ଼ି ଦିଆଯାଇଥିଲା। ମାତ୍ର ରାତିରେ ବିଲାସିନୀଙ୍କୁ ବାନ୍ତି ହୋଇଥିଲା। ଫଳରେ ଗତ ୨୧ତାରିଖ ପୁଣି ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଅଣାଯାଇଥିଲା। ମାତ୍ର ସେଠାରେ ସେତେବେଳେ କାର୍ଯ୍ୟରତ ଡାକ୍ତର ତାଙ୍କୁ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବୁର୍ଲା ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ହୋଇଥିବା ପରିବାର ନିୟୋଜନ ଅସ୍ତ୍ରୋପଚାରବେଳେ ବିଲାସିନୀଙ୍କ ଖାଦ୍ୟନଳୀକୁ କାଟି ଦିଆଯାଇ ଥିବା ଯୋଗୁ ପେଟ ଭିତରେ ଖାଦ୍ୟ ଜମି ରହୁଥିବାରୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ହୋଇ ପଡ଼ିଥିବା ଡାକ୍ତରମାନେ କହିଥିଲେ ଏବଂ ପୁଣି ଅସ୍ତ୍ରୋପଚାର କରି ଆଇସିୟୁରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ମାତ୍ର ଗତ ୨୩ତାରିଖ ଚିକିତ୍ସାଧୀନ ଅବସ୍ଥାରେ ବିଲାସିନୀଙ୍କ ମୃତ୍ୟୁ ହୋଇ ଯାଇଥିଲା ଅଭିଯୋଗ କରି ଏ ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ନେବାକୁ ଅଶୋକ ପୋଲିସକୁ ଦେଇଥିବା ଏତଲାରେ ଉଲ୍ଲେଖ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?