ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର‌ ଆସବାବପତ୍ର ପୋଡ଼ି ନଷ୍ଟ ହୋଇଯାଇଛି । ଘରେ କେହି ନଥିବା ସମୟରେ ବିଦ୍ୟୁତ ସର୍ଟସର୍କିଟ ହୋଇ ଘରେ ନିଆଁ ଲାଗିଯାଇ ଥିବା ଅନୁମାନ କରାଯାଉଛି । ଫଳରେ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ସମ୍ପୂର୍ଣ ପୋଡିପାଉଁଶ ହୋଇଯାଇଥିବା ଦେଖିବାକୁ ମିଳିଛି ।

ସୁନା ଅଳଙ୍କାର, ୪୫ ହଜାର ଟଙ୍କା, ଏସି, ଫ୍ରିଜ, କମ୍ପ୍ୟୁଟର, ଜେରକ୍ସ ମେସିନ, ଲମିନେସନ ମେସିନ, ଟେଣ୍ଟ ହାଉସ, ଘର ଜମିର ସମସ୍ତ କାଗଜପତ୍ର, ପିଲାମାନଙ୍କ ସମସ୍ତ ସାର୍ଟିଫିକେଟ, ଆସବାବପତ୍ର ପ୍ରାୟ ଲକ୍ଷାଧିକ ଟଙ୍କାର ଜିନିଷ ସମ୍ପୂର୍ଣ ଭାବେ ପୋଡି ପାଉଁଶ ହୋଇଯାଇଥିବା ପରିବାର ଲୋକେ କହିଛିନ୍ତି । ଘରୁ ଧୂଆଁ ବାହାରୁଥିବା ଦେଖି ଲୋକେ ପୁରୁଷୋତ୍ତମପୁର ଦମକଳ ବାହିନୀକୁ ଫୋନ କରିବା ପରେ ଦମକଳ ବାହିନୀ ଆସି ନିଆଁକୁ ଆୟତ୍ତ କରିଥିଲେ । ପରିବାରଟି ନିସହାୟ ହୋଇପଡିଥିବାରୁ ତାଙ୍କୁ ଥଇଥାନ କରାଯିବା ସହ ସରକାରୀ ସହାୟତା ପ୍ରଦାନ କରିବାକୁ ଗ୍ରାମବାସୀ ପ୍ରଶାସନଙ୍କୁ ଅନୁରୋଧ କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri