ପରିବାର-କର୍ମକ୍ଷେତ୍ର ମଧ୍ୟରେ ସମତୁଲ ଆବଶ୍ୟକ

ଭୁବନେଶ୍ୱର,୨୭।୨: ଭାରତୀୟ ଷ୍ଟେଟ ବ୍ୟାଙ୍କ ଅଧିକାରୀ ସଂଘ ଓଡ଼ିଶା ସର୍କଲର ବାର୍ଷିକ ସାଧାରଣ ସଭା ରବିବାର ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରୁ ପ୍ରାୟ ୨୦୦୦ରୁ ଅଧିକ ଷ୍ଟେଟ ବ୍ୟାଙ୍କ ଅଧିକାରୀ ଯୋଗଦାନ କରିଥିଲେ। ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଚନ୍ଦ୍ରଶେଖର ଶର୍ମା ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ସଂଘର ସାଧାରଣ ସଭାପତି ତଥା ଏଆଇବିଓସିର ସାଧାରଣ ସମ୍ପାଦକ ରୂପମ ରାୟ, ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ତଥା ୟୁଏଫବିୟୁ ଓଡ଼ିଶାର ଆବାହକ ଆର.ପି.ଦାସଙ୍କ ସମେତ ଷ୍ଟେଟ ବ୍ୟାଙ୍କର ସମସ୍ତ ମଣ୍ଡଳର ଅଧିକାରୀ ସଂଘର ସଭାପତି ଓ ସାଧାରଣ ସମ୍ପାଦକମାନେ ଉକ୍ତ ସଭାରେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।

ଷ୍ଟେଟ ବ୍ୟାଙ୍କ ଭୁବନେଶ୍ବର ମଣ୍ଡଳ ଅଧିକାରୀ ସଂଘର ସାଧାରଣ ସମ୍ପାଦକ ଅରୁଣ କୁମାର ବିଶୋୟୀ ସ୍ବାଗତ ଅଭିଭାଷଣ ପ୍ରଦାନ ସହ ରାଜ୍ୟରେ ସଂଘର ବଳିଷ୍ଠ ନେତ୍ୱତୃ ପାଇଁ ସମସ୍ତ ସଦସ୍ୟ ସହୃଦୟ ସହଯୋଗ ବଜାୟ ରଖିଥିବାରୁ ବିଶୋୟୀ ପ୍ରଶଂସା କରିଥିଲେ। ଏପରିକି ଜୀବନରେ ପରିବାର ଓ କର୍ମକ୍ଷେତ୍ର ମଧ୍ୟରେ ସମତୁଲ ରଖିବା ପାଇଁ ବିଶୋୟୀ ଉପସ୍ଥିତ ଅଧିକାରୀ ଓ ଅତିଥିମାନଙ୍କୁ ପ୍ରେରଣା ଦେଇଥିଲେ। ବିଶେଷ କରି ଅଧିକାରୀମାନଙ୍କ ସମସ୍ୟାକୁ ସୁଚାରୁ ଭାବେ ସମାଧାନ କରିଥିବାରୁ ସେ ମଣ୍ଡଳ ପ୍ରବନ୍ଧନ ସମିତି ସଭ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ସେହିଭଳି ଉକ୍ତ ଅଧିବେଶନରେ ଷ୍ଟେଟ ବ୍ୟାଙ୍କ ଅଧିକାରୀ ସଂଘ ଭୁବନେଶ୍ବର ମଣ୍ଡଳର ସଭାପତି ଅମିତାଭ ଦାସ ସଭାପତିତ୍ୱ କରିଥିଲେ। ସଭା ଶେଷରେ ସଂଘର ଆନୁଷ୍ଠାନିକ ସମ୍ପାଦକ ସଦାଶିବ ବିଶି ଧନ୍ୟବାଦ ଅଭିଭାଷଣ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri