ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି।

ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ ନିଜକୁ ସମର୍ପିତ କରି ୧୩ଦିନ ପର୍ଯ୍ୟନ୍ତ ପୂଜାର୍ଚ୍ଚନା ସହ ଦଣ୍ଡକାଳୀଙ୍କ ବ୍ରତପାଳନ କରିଛନ୍ତି। ବୁଧବାର ବାଲିଗୁଡା ସମେତ ଆଖପାଖ ବିଭିନ୍ନ ଅଞ୍ଚଳର ଦଣ୍ଡଯାତ୍ରା ବହାରିଛି। ପ୍ରଥମ ଦିନରେ ମା’ ଦକ୍ଷିଣ କାଳୀ ମନ୍ଦିରରୁ ବାହାରି ଆଦର୍ଶ ପୁଷ୍କରିଣୀରେ ଯଥା ରୀତିନୀତି ପୂଜାର୍ଚ୍ଚନା କରାଯାଇଥିଲା। ଏହି ଅବସରରେ ଢୋଲ, ଘଣ୍ଟ ଧ୍ୱନିରେ ଗାଁ ପ୍ରକମ୍ପିତ ହୋଇଥିଲା।

ଦୀର୍ଘ ବର୍ଷ ଧରି କନ୍ଧମାଳ ଜିଲାରେ ଏହି ଲୋକ ପରମ୍ପରା ଚାଲି ଆସୁଥିବା ବେଳେ ଦଣ୍ଡୁଆମାନେ ଖାଲି ପାଦରେ ମା’ଙ୍କ ବାନା ଆଉ ପିଞ୍ଚକୁ ଧରି ନଗର ପରିଭ୍ରମଣ କରିଥାନ୍ତି । ଏହି ୧୩ ଦିନରେ ମା’ଙ୍କ ନିତିକାନ୍ତି ଅନୁସାରେ ଯଥା ବିଧିବିଧାନ ପୂର୍ବକ ପୂଜାର୍ଚ୍ଚନା କରାଯାଇଥାଏ। ଏହା ସହିତ ମା’ ଗାଁକୁ ଗାଁ ଭ୍ରମଣ କରି ପୂଜା ପାଇଥାନ୍ତି । ଏହା ସମସ୍ତଙ୍କ ମନରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥାଏ।

ଦଣ୍ଡଯାତ୍ରା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମା’ ନଗର ପରିକ୍ରମା କରି ଭକ୍ତଙ୍କୁ ଭିନ୍ନଭିନ୍ନ ରୂପରେ ଦର୍ଶନ ଦେବେ। ପୌରାଣିକ ମାନ୍ୟତା ଅନୁସାରେ ଦଣ୍ଡଯାତ୍ରା ବ୍ରତପାଳନ କଲେ ଭକ୍ତଙ୍କ ମନସ୍କାମନା ପୂର୍ଣ୍ଣ ହୋଇଥାଏ ।

ଏପରିକି ଦଣ୍ଡଯାତ୍ରାରେ ମା’ଙ୍କ ବିଭିନ୍ନ ଲୀଳା ଦେଖିବାକୁ ମିଳିଥାଏ। ଦଣ୍ଡଯାତ୍ରା ନିୟମାବଳୀ ଅନୁଯାୟୀ, ମଧ୍ୟାହ୍ନରେ ଧୂଳି ଦଣ୍ଡ, ସନ୍ଧ୍ୟାରେ ପାଣି ଦଣ୍ଡ ସହ ମା’ଙ୍କ ଆଳତୀ ହୋଇଥାଏ। ସେହିପରି ମଧ୍ୟରାତ୍ରିରେ ପ୍ରସାଦ ସେବନ ସହ ଝୁଣାଦଣ୍ଡ ସହିତ ବିଭିନ୍ନ ପାରମ୍ପରିକ ନୃତ୍ୟ, ଗୀତ ଆୟୋଜିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୦ ଆନ୍ଦୋଳନ ପୂର୍ବରୁ CJPର ବଡ଼ ଘୋଷଣା, ସୌରଭ ଦାସ କହିଲେ Gen Z….

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀରେ ଅକ୍ଟୋବର ୧୦ ତାରିଖରେ ବଡ଼ ଯୁବ ଆନ୍ଦୋଳନ କରିବାକୁ ଘୋଷଣା କରିଛି କକରୋଚ୍ ଜନତା ପାର୍ଟି (CJP)। ଦଳର ପ୍ରବକ୍ତା ସୌରଭ ଦାସ କହିଛନ୍ତି,…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?