ପ୍ରସିଦ୍ଧ ବଟେଶ୍ୱର ବାଲିଯାତ୍ରା: ସମଗ୍ର ଅଞ୍ଚଳ ଚଳଚଞ୍ଚଳ

ଗଞ୍ଜାମ,୦୬।୧୧(ଅଖିଳ ତରାଇ): ଗଞ୍ଜାମ ବ୍ଲକର ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆ ଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବ ପୀଠର ବାଲିଯାତ୍ରା ପାଇଁ ସମଗ୍ର ଅଞ୍ଚଳ ଚଳଚଞ୍ଚଳ ହୋଇ ଉଠିଛି। ପବିତ୍ର କାର୍ତ୍ତିକ ମାସ ଯୋଗୁ ଏଠାରେ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳୁଛି।
ବୁଧବାର ସନ୍ଧ୍ୟାଠାରୁ ଆରମ୍ଭ ହୋଇଥିବା ଏହି ବାଲିଯାତ୍ରାରେ ଦୁଇଟି ପୌରାଣିକ ରାମାୟଣ ନାଟକ ପରିବେଷଣ କରାଯାଉଛି। ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରୁ ହଜାର ହଜାର ଭକ୍ତ ଆସି ପ୍ରଭୁ ବଟେଶ୍ୱରଙ୍କ ଦର୍ଶନ କରୁଛନ୍ତି। ଦର୍ଶକମାନେ ଯାତ୍ରା ଦେଖିବା ସହିତ ବାହାରୁ ଆସିଥିବା ବିଭିନ୍ନ ଦୋକାନରୁ ସାମଗ୍ରୀ କିଣିବା ସହ ଖାଇବାର ମଜା ନେଉଛନ୍ତି।
ଠାକୁରଙ୍କ ଦର୍ଶନ ସାଙ୍ଗକୁ ଏଠାରେ ଥିବା ପ୍ରାକୃତିକ ସୌନ୍ଦର୍ଯ୍ୟର ଅପରୂପ ଶୋଭାରାଜି, ଝାଉଁ, କାଜୁ ଜଙ୍ଗଲ, ଏବଂ ସୁନ୍ଦର ପାର୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଶାନ୍ତି ଶୃଙ୍ଖଳା ସହ ଶ୍ରଦ୍ଧାଳୁମାନେ ଯେପରି ଦର୍ଶନ କରିପାରିବେ, ସେଥିପାଇଁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଟ୍ରାଫିକ ନିୟନ୍ତ୍ରଣ ଓ ଅନ୍ୟାନ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?