ମାତ୍ର ୩ ବର୍ଷ ବୟସରୁ ସରୋଜ ଆରମ୍ଭ କରିଥିଲେ କ୍ୟାରିୟର, ୩ ଥର ପାଇଥିଲେ ଜାତୀୟ ପୁରସ୍କାର

ପ୍ରସିଦ୍ଧ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରୋଜଙ୍କ ବିୟୋଗ ବଲିଉଡ୍‌ରେ ଶୋକର ଛାୟା ଖେଲିଯାଇଛି। ସରୋଜ ଖାନ ଦୀର୍ଘ ସମୟ ଧରି ଇଣ୍ଡଷ୍ଟ୍ରିରେ କାମ କରୁଥିଲେ। କୋରିଓଗ୍ରାଫି ଜରିଆରେ ସେ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ମାତ୍ର ୩ ବର୍ଷ ବୟସରେ ନିଜ କ୍ୟାରିଅର୍‌ ଆରମ୍ଭ କରିଥିଲେ, ମାଧୁରୀ ଏହି ଯୋଡିଙ୍କ ସହ ହିଟ ହୋଇଥିଲେ ସରୋଜ।
୧୯୪୮, ନଭେମ୍ବର ୧୯ରେ ସରୋଜ ଜନ୍ମଗ୍ରହଣ କରିଥିଲେ। ତାଙ୍କ କ୍ୟାରିୟରରେ ଅନେକ ପ୍ରସିଦ୍ଧ ଗୀତ କୋରିଓଗ୍ରାଫ କରିଥିଲେ। ଚାରି ଦଶନ୍ଧିରୁ ଅଧିକ ସମୟର କ୍ୟାରିଅରରେ ସରୋଜ ଖାନ ୨ ହଜାରରୁ ଅଧିକ ଗୀତ କୋରିଓଗ୍ରାଫି କରିଥିଲେ। ସରୋଜ ଖାନ ୩ ବର୍ଷ ବୟସରେ ଶିଶୁ କଳାକାର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ। ସେ ସମୟରେ କୌଣସି ଆନୁଷ୍ଠାନିକ ତାଲିମ ନେଇ ନଥିଲେ। ସେ ପିଲାଦିନରୁ ନୃତ୍ୟକୁ ବହୁତ ପସନ୍ଦ ପାଉଥିଲେ।

କୋରିଓଗ୍ରାଫର ଭାବରେ ସରୋଜ ଖାନଙ୍କ ଶେଷ ଚଳଚ୍ଚିତ୍ର ଥିଲା ‘କଳଙ୍କ’। ଏହି ଚଳଚ୍ଚିତ୍ରରେ ସେ ମାଧୁରୀ ଦୀକ୍ଷିତଙ୍କ ସହ କାମ କରିଥିଲେ। ଏହି ଚଳଚ୍ଚିତ୍ର ୨୦୧୯ରେ ମୁକ୍ତିଲାଭ କରିଥିଲା। ମାଧୁରୀଙ୍କ ସହ ସରୋଜ ଖାନଙ୍କ ଯୋଡି ହିଟ ହୋଇଥିଲା। ମାଧୁରୀ ଦୀକ୍ଷିତଙ୍କ ଅନେକ ଗୀତ ସରୋଜ ଖାନଙ୍କ ଦ୍ୱାରା କୋରିଓଗ୍ରାଫ କରାଯାଇଥିଲା। ଏଥିରେ, ୧୯୮୮ ଚଳଚ୍ଚିତ୍ର ‘ତେଜାବ’ର ‘ଏକ୍‌ ଦୋ ତିନ୍‌ ଚାର୍‌..’ ଗୀତଟି ବହୁତ ପ୍ରସିଦ୍ଧ ଥିଲା। ସରୋଜ ଖାନ ୧୯୯୧ ଚଳଚ୍ଚିତ୍ର ‘ବେଟା’ର ’ଧକ-ଧକ କରନେ ଲଗା’ ଗୀତକୁ କୋରିଓଗ୍ରାଫ କରିଥିଲେ। ମିଷ୍ଟର ଇଣ୍ଡିଆର ହିଟ ଗୀତ ‘ହାୱା-ହାୱାଇ’, ଚାନ୍ଦନୀ ଚଳଚ୍ଚିତ୍ର ଗୀତ ‘ମେରେ ହାଥୋଁ ମେଁ ନୌ ନୌ ଚୁଡିୟା ହୈ ପରି ହିଟ ଗୀତଗୁଡିକ କୋରିଓଗ୍ରାଫ କରିଥିଲେ। ସେ ତିନିଥର ଜାତୀୟ ପୁରସ୍କାର ମଧ୍ୟ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

ଟ୍ରେନ ଉପରେ ପଡ଼ିଲା କ୍ରେନ୍‌

ବାଲେଶ୍ୱର/ନୀଳଗିରି,୨୮।୫(ବାଞ୍ଛାନିଧି ଦେ/ପ୍ରଶାନ୍ତ ବିଶ୍ୱାଳ): ନୀଳଗିରି-ଗୋପୀନାଥପୁର ରେଲ ଷ୍ଟେଶନରେ ଏକ ଅଘଟଣ ଘଟିଛି। ଅନ୍‌ ଲୋଡିଂ ବେଳେ କ୍ରେନ୍‌ ଭାଙ୍ଗି ୨ଟି ମାଲବାହୀ ଟ୍ରେନ ଉପରେ ପଡ଼ିଥିଲା। ଫଳରେ…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଟିମ ଇଣ୍ଡିଆରେ ବୈଭବ ସୁର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ପକ୍କା? ବହୁ ଆଗରୁ ଫ୍ୟାନ ହୋଇସାରିଛନ୍ତି କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୮।୫: ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ଏକ ହୃଦୟସ୍ପର୍ଶୀ ପୋଷ୍ଟ ଶେୟାର କରିଛନ୍ତି। ହାଇଦ୍ରାବାଦ ବିପକ୍ଷରେ ଏଲିମିନେଟର ମ୍ୟାଚରେ ରାଜସ୍ଥାନ ରୟାଲ୍ସ…

ମାମୁଁ ଘରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ; ୧୬ ବର୍ଷୀୟା ନାବାଳିକା ୮ ମାସର ଗର୍ଭବତୀ, ଯୁବକ ଗିରଫ

ବଞ୍ଚୋ/ଘସିପୁରା, ୨୮।୫(ପ୍ରଦୋଷ କୁମାର ବିଶ୍ୱାଳ /ନିରଞ୍ଜନ ସାହୁ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri