Posted inଜାତୀୟ

ଦୂରଦର୍ଶନର ଲୋକପ୍ରିୟ ଆଙ୍କର୍‌ ଗୀତାଞ୍ଜଳି ଆୟରଙ୍କ ଦେହାନ୍ତ

ନୂଆଦିଲ୍ଲୀ,୮।୬: ଦୂରଦର୍ଶନର କ ଆଙ୍କର୍‌ ଗୀତାଞ୍ଜଳି ଆୟରଙ୍କ ବୁଧବାର ଦେହାନ୍ତ ହୋଇଛି। ବ୍ରେନ୍‌ ହାମ୍ରେଜ୍‌ ଯୋଗୁ ଗୀତାଞ୍ଜଳିଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳେ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଗୀତାଞ୍ଜଳି ଦୂରଦର୍ଶନରେ ପ୍ରଥମେ ଇଂରାଜୀ ଆଙ୍କର୍‌ ଥିଲେ। ତାଙ୍କ ମୃତ୍ୟୁ ଖବରରେ ସାମ୍ବାଦିକତା ଜଗତରେ ଶୋକର ଲହରୀ ଖେଳିଯାଇଛି।

ଗୀତାଞ୍ଜଳି ୩୦ବର୍ଷରୁ ଅଧିକ ସମୟ ଧରି ଦୂରଦର୍ଶନରେ ଆଙ୍କରିଂ କରୁଥିଲେ। ସେ ସାମ୍ବାଦିକତା କ୍ଷେତ୍ରରେ ଅନେକ ସୁନାମ ଅର୍ଜନ କରିଛନ୍ତି। ତାଙ୍କୁ ୪ଥର ସର୍ବଶ୍ରଷ୍ଠ ଆଙ୍କର୍‌ ଭାବେ ପୁରସ୍କୃତ ହୋଇଛନ୍ତି। ତାଙ୍କର ଉଲ୍ଲେଖନୀୟ କାର୍ଯ୍ୟ, ସଫଳତା ଏବଂ ଅବଦାନ ପାଇଁ ଗୀତାଞ୍ଜଳି ୧୯୮୯ରେ ଇନ୍ଦିରା ଗାନ୍ଧୀ ପ୍ରିୟଦର୍ଶିନୀ ପୁରସ୍କାର ପାଇଥିଲେ। ୧୯୭୧ରେ ସେ ଦୂରଦର୍ଶନରେ ଯୋଗ ଦେଇଥିଲେ।

ଗୀତାଞ୍ଜଳି ଇଂରାଜୀରେ ସ୍ନାତକ ଡିଗ୍ରୀ ଶେଷ କରିବା ପରେ କୋଲକାତାର ଲୋରେଟୋ କଲେଜରୁ ସ୍ନାତକ ହାସଲ କରିଥିଲେ। ସେ ନାଶନାଲ ସ୍କୁଲ ଅଫ ଡ୍ରାମାରୁ ଡିପ୍ଲୋମା ମଧ୍ୟ କରିଥିଲେ। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଗୀତାଞ୍ଜଳୀ ବିୟୋଗରେ ସମବେଦନା ଜଣାଇଛନ୍ତି। ତାଙ୍କର ଶେଷକୃତ୍ୟ ଶୁକ୍ରବାର ଦିନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri