ଗଜଲ ଗାୟକ ପଙ୍କଜ ଉଧାସଙ୍କ ପରଲୋକ

ମୁମ୍ବାଇ,୨୬।୨: ବିଶିଷ୍ଟ ଗଜଲ ଗାୟକ ପଙ୍କଜ ଉଧାସଙ୍କ ମୁମ୍ବାଇଠାରେ ପରଲୋକ ହୋଇଛି। କିଛିଦିନ ହେବା ଅସୁସ୍ଥ ଥିବା ଏହି ଗଜଲ ଗାୟକଙ୍କର ୭୨ ବର୍ଷ ବୟସରେ ପରଲୋକ ହୋଇଥିବା ସୂଚନା ମିଳିଛି। ତାଙ୍କ ଝିଅ ନାୟବ ଉଧାସ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପରିବାର ପକ୍ଷରୁ ଦିଆଯାଇଥିବା ବୟାନରେ ଲେଖାଯାଇଛି – ଦୀର୍ଘ ଦିନ ଧରି ଅସୁସ୍ଥତା ହେତୁ ୨୬ ଫେବୃଆରୀ ୨୦୨୪ ରେ ପଦ୍ମଶ୍ରୀ ପଙ୍କଜ ଉଧାସଙ୍କ ଦୁଃଖଦ ମୃତ୍ୟୁ ବିଷୟରେ ଆପଣଙ୍କୁ ଜଣାଇବା ହେତୁ ଆମେ ଦୁଃଖିତ। ସେ କେଉଁ ରୋଗରେ ପୀଡିତ ଥିଲେ ସେ ସୂଚନା ଏପର୍ଯ୍ୟନ୍ତ ଜଣାପଡିନାହିଁ।
ଗଜଲ ଜଗତରେ ପଙ୍କଜ ଉଧାସ ଏକ ବଡ ନାମ ଥିଲେ। ତାଙ୍କର ଗଜଲ ‘ଚିଠି ଆଇ ହୈ’ ମାଧ୍ୟମରେ ସେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ଏହି ଗଜଲ ୧୯୮୬ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ନାମ’ରେ ସାମିଲ ହୋଇଥିଲା। ପଙ୍କଜ ଅନେକ ଗଜଲକୁ ସ୍ବର ଦେଇଥିଲେ ଯେଉଁଥିରେ ୟେ ଦିଲ୍ଲଗି, ଫିର ତେରୀ କାହାନି ୟାଦ ଆଇ, ଚଲେ ତୋ କଟ ହି ଜୟେଗା ଏବଂ ତେରେ ବିନ ସାମିଲ ଅଛି।

ସୋମବାର ଅର୍ଥାତ୍‌ ଫେବୃୟାରୀ ୨୬, ୨୦୨୪ ସକାଳ ୧୧ଟାରେ ମୁମ୍ବାଇରେ ପଙ୍କଜ ଉଧାସଙ୍କ ଦେହାନ୍ତ ହୋଇଛି। କିଛି ସମୟ ପାଇଁ ତାଙ୍କୁ ମୁମ୍ବାଇର ବ୍ରିଜ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ଏହି ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସୂଚନାନୁସାରେ, ପଙ୍କଜ ଉଧାସ କିଛି ମାସ ପୂର୍ବରୁ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା ଏବଂ ସେ ଗତ କିଛି ମାସ ହେବ କାହା ସହିତ ସାକ୍ଷାତ କରୁନଥିଲେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମୁମ୍ବାଇରେ ତାଙ୍କର ଶେଷ ରୀତିନୀତି ଅନୁଷ୍ଠିତ ହେବ।

ପଙ୍କଜ ଉଧାସ ୧୭ ମଇ ୧୯୫୧ରେ ଗୁଜୁରାଟର ଜେତପୁରରେ ଜନ୍ମଗ୍ରହଣ କରିଥିଲେ। ୧୯୮୦ରେ ସେ ‘ଆହଟ’ ନାମକ ଏକ ଗଜଲ ଆଲବମ ରିଲିଜ କରି ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଖୁବ ଶୀଘ୍ର ସେ ଭାରତରେ ଗଜଲ ସଙ୍ଗୀତ ସହିତ ସମକକ୍ଷ ହେଲେ । ବଲିଉଡରେ ଗଜଲ ଗାୟକ ସଞ୍ଜୟ ଦତ୍ତଙ୍କ ଫିଲ୍ମ ‘ନାମ’ ପାଇଁ ଲୋକପ୍ରିୟ ଟ୍ରାକ ‘ଚିଠି ଆଇ ହୈ’ ଗାଇଥିଲେ । ଏହି ଗୀତଟି ବହୁତ ଲୋକପ୍ରିୟ ହେଲା ଏବଂ ସମସ୍ତଙ୍କୁ କାନ୍ଦାଇ ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri