Posted inଫୁରସତ

ଦେଶର ଶେଷ ଗାଁ: ଶେଷ ଦୋକାନ-ଢାବା

ସୋସିଆଲ ମିଡିଆରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିବା ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ପ୍ରାୟ ସମୟରେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ଟୁଇଟ କରିଥାନ୍ତି। ନିକଟରେ ସେହିଭଳି କିଛି ସେ ଏକ ମଜାଦାର ଟୁଇଟ କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଗୁରୁବାର ଆନନ୍ଦ ମହିନ୍ଦ୍ରା ଏକ ଆକର୍ଷଣୀୟ ପର୍ଯ୍ୟଟନସ୍ଥଳୀର ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ଦେଶର ଶେଷ ଗାଁ, ଶେଷ ଢ଼ାବା ଏବଂ ଶେଷ କାଫେର ଫଟୋ ଦେଖିବାକୁ ମିଳିଛି। ଯାହା ସେଲଫି ନେବା ପାଇଁ ଏକ ସର୍ବୋତ୍ତମ ସ୍ଥାନ ବୋଲି କୁହାଯାଉଛି। ସୋସିଆଲ ମିଡ଼ିଆରେ ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଆଉ ଏହାକୁ ୟୁଜର୍ସମାନେ ବେଶ୍‌ ପସନ୍ଦ କରିବା ସହ ସକାରତ୍ମକ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି। ସୂଚନାଯୋଗ୍ୟ,ଉତ୍ତରାଖଣ୍ଡ ଜିଲାର ଭାରତ-ଚାଇନା ସୀମାରେ ଥିବା ମାନା ଗ୍ରାମରେ ଏହି ଦୋକାନ ଅବସ୍ଥିତ। ଏହି ଦୋକାନକୁ ଚନ୍ଦର ସିଂହ ବଡଓ୍ବାଲ ନାମକ ଜଣେ ବ୍ୟକ୍ତି ପରିଚାଳନା କରୁଥିବା ଜଣାପଡ଼ିଛି। ଗତ ପ୍ରାୟ ୨୫ବର୍ଷ ପୂର୍ବରୁ ଚନ୍ଦର ସିଂହ ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ଏଠାରେ ପ୍ରଥମେ ଚା’ ଦୋକାନ ଖୋଲିଥିଲେ। ଯାହାକୁ ଦେଶର ଶେଷ ଦୋକାନ ଭାବେ ବିବେଚନା କରାଯାଏ। ଆନନ୍ଦ ମହିନ୍ଦ୍ରା ଏହି ଚା’ ଦୋକାନର ଫଟୋ ଉଠାଇ ଟୁଇଟ କରିଛନ୍ତି। ଏଥିସହ କ୍ୟାପସନରେ ଲେଖିଛନ୍ତି, ‘ଦେଶର ଶେଷ ଦୋକାନ’। ଏହି ଚା’ ଦୋକାନର ପ୍ରଂଶସା କରିବା ସହ ଭାରତର ଶେଷ୍ଠ ସେଲ୍‌ଫି ପଏଣ୍ଟ ମଧ୍ୟରୁ ଏହା ଅନ୍ୟତମ ବୋଲି ସେ କହିଛନ୍ତି। ଏଥିସହ ସେ କହିଛନ୍ତି, ଏହି ସ୍ଥାନରେ ଗୋଟେ କପ୍‌ ଚା’ ପିଇବାର ମଜା କିଛି ନିଆରା। ଆନନ୍ଦ ମହିନ୍ଦ୍ରାଙ୍କ ଏହି ପୋଷ୍ଟ ପରେ ୟୁଜର୍ସମାନେ ମଧ୍ୟ ରିଟୁଇଟ କରି ସେମାନଙ୍କର ଫଟୋ ଶେୟାର କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri