ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବରେ ଶ୍ରଦ୍ଧାଳୁଙ୍କ ସମାଗମ

ସୋରଡ଼ା,୧୧।୨(ଡି.ଏନ୍‌.ଏ.): ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପ୍ରସିଦ୍ଧ ଲୁର୍ଦୁ ମେରି ପର୍ବ ଅସୁରବନ୍ଧ ପଞ୍ଚାୟତର ଦନ୍ତଲିଙ୍ଗି ଗ୍ରାମରେ ଶୁଭାରମ୍ଭ ହୋଇଯାଇଛି। ମିଶନ ଧର୍ମ ସଂଘର ପ୍ରୋଭିନସିଆଲ ଫାଦର ମ୍ୟାଥୁ ନାୟକ, ଧର୍ମାଞ୍ଚଳ ଫାଦର କବିରାଜ ବସ୍ତରାୟ, ଫାଦର ଶଶିକାନ୍ତ ମାଳୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ପର୍ବରେ ଶନିବାରଠାରୁ ଭିଡ଼ ଆରମ୍ଭ ହୋଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଧର୍ମୀୟ ଯାଜକ ପହଞ୍ଚିଛନ୍ତି। ଏପରିକି ଗଞ୍ଜାମ, ଗଜପତି, କନ୍ଧମାଳ ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁ ପହଞ୍ଚିବା ଆରମ୍ଭ କରିଛନ୍ତି । ୨ ତାରିଖରୁ ନବାହ୍ନ ଉପାସନା ଆରମ୍ଭ ହୋଇଥିବା ବେଳେ ୯ ତାରିଖରୁ ୧୧ ତାରିଖ ୩ ଦିନ ପ୍ରବଳ ସମାଗମ ହେବାର ସମ୍ଭାବନା ରହିଛି। ଏପରିକି ସକାଳୁ ରାତି ପର୍ଯ୍ୟନ୍ତ ଉପାସନା, ଶାନ୍ତିବାର୍ତ୍ତା ପ୍ରଦାନ, ବିଶ୍ୱଶାନ୍ତି ପ୍ରାର୍ଥନା, ସାମୂହିକ ସଙ୍ଗୀତ, ସାଂସ୍କୃତିକ ନୃତ୍ୟ ଶୋଭାଯାତ୍ରା ଆଦି କାର୍ଯ୍ୟକ୍ରମ ରହିଛି।
ନ’ ଅଙ୍କ ଦୁର୍ଭିକ୍ଷ ସମୟରେ ଜନସାଧାରଣ ଉପବାସରେ ଛଟପଟ ହେଉଥିବା ବେଳେ ଏଠାକାର ପାହାଡରେ ଲୁର୍ଦୁମାତା ଆବିର୍ଭାବ ହୋଇ ଜଗତର କଲ୍ୟାଣ ପାଇଁ ପ୍ରାର୍ଥନା କରିଥିବା କିମ୍ବଦନ୍ତୀ ରହିଛି। ସେହିଦିନଠାରୁ ପ୍ରତିବର୍ଷ ଏଠାରେ ଫେବୃୟାରୀ ମାସ ଏହିଦିନରେ ପର୍ବ ପାଳନ କରାଯାଉଛି । ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ବେଳେ ଏଥିରେ ସବୁଧର୍ମର ବ୍ୟକ୍ତି ଯୋଗଦେବାର ପରମ୍ପରା ରହିଆସିଛି । ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଆଇଆଇସି ରମେଶ କୁମାର ପ୍ରଧାନ, ଏସ୍‌ଆଇ ସୁନୀଲ କଣ୍ଡୋଗୋରୀଙ୍କ ନେତୃତ୍ୱରେ ପୋଲିସ ୨୪ ଘଣ୍ଟିଆ ପଇଁତରା ମାରୁଛି। ସମସ୍ତଙ୍କ ସହଯୋଗରେ ଯାତ୍ରା ହେଉଥିବା ଜନ୍‌ ବାପ୍‌ଟିଷ୍ଟ ବେହେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri