ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ: ପ୍ରବଳ ଜନସମାଗମ

ଦେଓଗାଁ, ୭।୧(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗିର ଜିଲା ଦେଓଗାଁ ବ୍ଲକ କୁଳୁତାପଡା ପଞ୍ଚାୟତ ଅନ୍ତର୍ଗତ ଖଇରଗୁଡ଼ା ଓ କୁମୁରିଆ ବଡ ଖଳା ଓ ସାନଖଳାରେ ଜିଲାର ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ ହୋଇଛି। ରୀତିନୀତି ଅନୁସାରେ ଶୁଳିଆ ଦେବତାଙ୍କୁ ପୂଜାର୍ଚନା କରିବା ସହ ଦେହୁରୀ ମାନେ ଶିଆଲପତ୍ରର ବସ୍ତ୍ର ପରିଧାନ କରି ପାରମ୍ପରିକ ବାଦ୍ୟର ତାଳେ ତାଳେ ଅସ୍ତ୍ରଶସ୍ତ୍ର ଧରି ନୃତ୍ୟ କରିବା ଏକ ଅନନ୍ୟ ପରମ୍ପରା, ଯାତ୍ରାରେ ମାନସିକଧାରୀମାନେ ବଳି ପ୍ରଦାନ କରିଥିବାବେଳେ ଶତାଧିକ ପୋଢ଼, ଛେଳି, ମେଣ୍ଢା, କୁକୁଡ଼ା, ବତକଙ୍କ ବଳିରେ ରକ୍ତ ରଂଜିତ ହୋଇ ଉଠିଥିଲା ଶୁଲିଆ ପୀଠ,ବଡ଼ଖଳାରେ ମୁଖ୍ୟପୂଜକ ସୋମନାଥ ଦେହୁରୀଆ ଓ ସାନଖଳାରେ ହରିହର ଝାଙ୍କର ଦାୟିତ୍ୱ ତୁଲାଇଥିଲେ।
ଯାତ୍ରାରେ କନ୍ଧ ସମାଜର ରାଜ୍ୟ ସଭାପତି ଚିନ୍ତାମଣି ଭୋଇ ସମେତ ବଲାଙ୍ଗିର ଜିଲାର ସମସ୍ତ ଚଉଦଟି କନ୍ଧ ପ୍ରଗଣାର ନେତୃମଣ୍ଡଳୀ ଯୋଗ ଦେଇଥିଲେ। ଏହା ସହ ଜିଲା ବାହାରର କନ୍ଧ ନେତୃମଣ୍ଡଳୀ ଯୋଗଦେଇଥିବାବେଳେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ସୁରେନ୍ଦ୍ର ସିଂ ଭୋଇ, ଅନଙ୍ଗ ଉଦୟ ସିଂ ଦେଓ ଉପସ୍ଥିତ ରହି ଆଶୀର୍ବାଦ ଭିକ୍ଷା କରିଥିଲେ। ଯାତ୍ରାକୁ ଶାନ୍ତିଶୃଙ୍ଖଳାରେ ପରିଚାଳନା କରିବା ପାଇଁ ଡିଏସପି ଅଜୟ କୁମାର ତୀର୍କୀ, ସଞ୍ଜୟ ମଣ୍ଡଳ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଆଲୋକ ଜେନା, ଗୁଣନିଧି ମଲ୍ଲିକ ଏସଡ଼ିପିଓ ପ୍ରଦୀପ କୁମାର ସାହୁ, ଦେଓଗାଁ ଥାନାଧିକାରୀ ବୁଲୁ ମୁଣ୍ଡା, ତୁଷୁରା ଥାନାଧିକାରୀ ମନୋଜ ପ୍ରଧାନ, ମାଜିଷ୍ଟ୍ରେଟ ଭାବେ ଦେଓଗାଁ ତହସିଲଦାର ବିକ୍ରମ କେଶରୀ ନାୟକତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାଟିଙ୍କ ସହ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri