ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମ‌ବାର ବିଳମ୍ବିତ ରାତିରେ ନିଶିପୂଜା ହୋଇଥିଲା ।

ମଙ୍ଗଳବାର ପ୍ରାତଃରେ ଛତ୍ର ବୈରଖ ଓ ପାଟବୁଦା ଧରି ପାରମ୍ପରିକ ବାଦ୍ୟ ରୀତିନୀତି ସହ ବରୁଆ ଓ ଦେହୁରିଆମାନେ ଶୋଭାଯାତ୍ରାରେ ଶୁଳିଆ ପୀଠରେ ପହଞ୍ଚିଥିଲେ । ଶୁଳିଆ ବୁଢାଙ୍କ ପୀଠରେ ପୂଜାର୍ଜନା ପରେ ଉଭୟ ଖଳାରେ ଶତାଧ‌ିକ ସଂଖ୍ୟାରେ ପୋଡ଼, ବୋଦା, ମେଣ୍ଢା, ବୁଦା ଓ କୁକୁଡ଼ା ଆଦି ବଳି ପଡିଥିଲା। ଫଳରେ ରକ୍ତରଞ୍ଜିତ ହୋଇପଡ଼ିଥିଲା ଶୁଳିଆ ପୀଠ ।

ଶୁଲିଆ ଯାତ୍ରାରେ ମାନସଧାରି ଭକ୍ତ ସହ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ତେବେ ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଶ୍ବାସ ରହିଛି ଯେ, ଏଠାରେ ଯିଏ ଭକ୍ତିରେ ଯାହା ମାଗିଛି ତାହା ପାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri