ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ତବଲା ବାଦକ ଉମେଶଙ୍କର ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ କରଙ୍କୁ ଜଣେ ମହାନ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି। ତାଙ୍କ ବିୟୋଗ ରାଜ୍ୟର କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। ରାଷ୍ଟ୍ରୀୟ ସମ୍ମାନ ସହ ସ୍ବର୍ଗତଃ କରଙ୍କ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।