ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ବିଧାୟକ କୋଟା ଶ୍ରୀନିବାସ ରାଓଙ୍କ ପରଲୋକ

ହାଇଦ୍ରାବାଦ,୧୩।୭: ପ୍ରଖ୍ୟାତ ତେଲୁଗୁ ଅଭିନେତା ତଥା ପୂର୍ବତନ ଭାଜପା ବିଧାୟକ କୋଟା ଶ୍ରୀନିବାସ ରାଓଙ୍କର ୮୩ ବର୍ଷ ବୟସରେ ପରଲୋକ ହୋଇଛି। ରବିବାର ସକାଳେ ହାଇଦ୍ରାବାଦର ଫିଲ୍ମନଗର ସ୍ଥିତ ନିଜ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ ନେଇଛନ୍ତି। ଦୀର୍ଘ ଦିନରୁ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ଆକ୍ରାନ୍ତ ଥିଲେ। ତାଙ୍କ ମୃତ୍ୟୁ ତେଲୁଗୁ ଚଳଚ୍ଚିତ୍ର ଓ ରଙ୍ଗମଞ୍ଚ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।

ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାର କଙ୍କିପାଡୁରେ ୧୯୪୨ ମସିହା ଜୁଲାଇ ୧୦ରେ ଜନ୍ମଗ୍ରହଣ କରିଥିବା କୋଟା ଶ୍ରୀନିବାସ ରାଓ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ ରଙ୍ଗମଞ୍ଚରୁ। ୧୯୭୮ ମସିହାରେ ତେଲୁଗୁ ଚଳଚ୍ଚିତ୍ର ‘ପ୍ରାଣମ ଖରିଦୁ’ ମାଧ୍ୟମରେ ସେ ଫିଲ୍ମ ଜଗତରେ ପାଦ ଦେଇଥିଲେ। ଚାରି ଦଶନ୍ଧିରୁ ଅଧିକ ସମୟ ଧରି ସେ ୭୫୦ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ, ଯେଉଁଥିରେ ତେଲୁଗୁ ସହିତ ତାମିଲ, ହିନ୍ଦୀ, କନ୍ନଡ଼ ଓ ମାଲାୟାଲମ ଚଳଚ୍ଚିତ୍ର ମଧ୍ୟ ରହିଛି। ଖଳନାୟକ, ହାସ୍ୟ ଅଭିନେତା ଓ ଚରିତ୍ର ଅଭିନେତା ଭାବେ ତାଙ୍କର ବହୁମୁଖୀ ଅଭିନୟ ଦର୍ଶକଙ୍କ ହୃଦୟ ଜିତିଥିଲା।

ତାଙ୍କର କେେତେକ ହିଟ୍‌ ଫିଲ୍ମ ମଧ୍ୟରେ ରହିଛି ‘ଆହା ନା ପେଲ୍ଲାନ୍ତା!’, ‘ପ୍ରତିଗତନା’, ‘ଖୈଦୀ ନମ୍ବର ୭୮୬’, ‘ଶିବା’, ଓ ‘ୟମଲୀଲା’। ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ‘ସୁବର୍ଣ୍ଣ ସୁନ୍ଦରୀ’ ଥିଲା ତାଙ୍କର ଶେଷ ତେଲୁଗୁ ଚଳଚ୍ଚିତ୍ର। ତାଙ୍କର ଅଭିନୟ ପାଇଁ ସେ ୨୦୧୫ ମସିହାରେ ଭାରତ ସରକାରଙ୍କ ତରଫରୁ ପଦ୍ମଶ୍ରୀ ସମ୍ମାନ ସହିତ ୯ଟି ନନ୍ଦୀ ପୁରସ୍କାର ଗ୍ରହଣ କରିଥିଲେ।

ଚଳଚ୍ଚିତ୍ର ଜଗତ ବ୍ୟତୀତ, ଶ୍ରୀନିବାସ ରାଓ ୧୯୯୯ ମସିହାରୁ ୨୦୦୪ ମସିହା ପର୍ଯ୍ୟନ୍ତ ଭାଜପା ପ୍ରାର୍ଥୀ ଭାବେ ବିଜୟୱାଡ଼ା ପୂର୍ବ ର୍ନିବାଚନ ମଣ୍ଡଳୀରୁ ବିଧାୟକ ଭାବେ ର୍ନିବାଚିତ ହୋଇ ଜନସେବା କରିଥିଲେ। ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ତାଙ୍କ ମୃତ୍ୟୁରେ ଗଭୀର ଶୋକ ପ୍ରକାଶ କରି କହିଛନ୍ତି, କୋଟା ଶ୍ରୀନିବାସ ରାଓଙ୍କ ବିୟୋଗ ତେଲୁଗୁ ଚଳଚ୍ଚିତ୍ର ଓ ରଙ୍ଗମଞ୍ଚ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି।

ତେଲୁଗୁ ଚଳଚ୍ଚିତ୍ର ଜଗତର ମେଗାଷ୍ଟାର ଚିରଞ୍ଜୀବୀ ତାଙ୍କୁ ବହୁମୁଖୀ ପ୍ରତିଭା ଭାବେ ଅଭିହିତ କରି ଶୋକ ପ୍ରକାଶ କରିଛନ୍ତି। ଅଭିନେତା ରବି ତେଜା, ଯିଏ ଶ୍ରୀନିବାସ ରାଓଙ୍କ ସହ ୧୦ରୁ ଅଧିକ ଚଳଚ୍ଚିତ୍ରରେ କାମ କରିଛନ୍ତି, ସେ ମଧ୍ୟ ତାଙ୍କ ମୃତ୍ୟୁରେ ଗଭୀର ଦୁଃଖ ପ୍ରକାଶ କରି କହିଛନ୍ତି, ମୁଁ ତାଙ୍କୁ ଦେଖି ବଡ଼ ହୋଇଛି, ତାଙ୍କ ଅଭିନୟରୁ ଶିଖିଛି। ସେ ମୋ ପାଇଁ ପରିବାର ସଦସ୍ୟ ପରି ଥିଲେ।

କୋଟା ଶ୍ରୀନିବାସ ରାଓଙ୍କ ପତ୍ନୀ ରୁକ୍ମିନୀ ଓ ଦୁଇ ଝିଅ ତାଙ୍କ ପରେ ରହିଛନ୍ତି। ତାଙ୍କ ଏକମାତ୍ର ପୁତ୍ର କୋଟା ବେଙ୍କଟ ଅଞ୍ଜନେୟ ପ୍ରସାଦ ୨୦୧୦ ମସିହାରେ ହାଇଦ୍ରାବାଦରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ତେଲୁଗୁ ଚଳଚ୍ଚିତ୍ର ଜଗତ ସହିତ ରାଜନୀତି ଓ ସାମାଜିକ ଗଣମାଧ୍ୟମରେ ତାଙ୍କ ମୃତ୍ୟୁକୁ ନେଇ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri