Posted inଜାତୀୟ

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରତିବାଦରେ ଯୋଗଦେବାକୁ ଥିବା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀଙ୍କୁ ଗୁରୁଗ୍ରାମର ସେକ୍ଟର-୫୬ସ୍ଥିତ ତାଙ୍କ ଘରୁ ସକାଳ ପ୍ରାୟ ୮ଟାରେ ଦିଲ୍ଲୀ ପୁଲିସ ଅଟକ ରଖିଛି। ଧ୍ରୁବ ରାଠୀ ପୂର୍ବରୁ CJPର ପ୍ରତିବାଦକୁ ସମର୍ଥନ କରୁଛନ୍ତି। ଏହାସହ ସିଜେପିର ପ୍ରାୟ ୫୦୦ରୁ ଅଧିକ ପ୍ରଦର୍ଶନକାରୀଙ୍କୁ ପୋଲିସ ଅଟକ ରଖିଛି। ତେବେ ଏହି ପ୍ରତିବାଦ ପାଇଁ ଦିଲ୍ଲୀ ପୋଲିସ ଅନୁମତି ଦେଇ ନ ଥିବା ସତ୍ତ୍ୱେ ଦଳର ନେତାମାନେ ପ୍ରଦର୍ଶନ କରିବାକୁ ଘୋଷଣା କରିଥିବାରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ପ୍ରତିବାଦକୁ ଦୃଷ୍ଟିରେ ରଖି ନୂଆଦିଲ୍ଲୀ  ସମେତ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଲିସ ଓ ଅର୍ଦ୍ଧସାମରିକ ବାହିନୀର ୨୬ ହଜାରରୁ ଅଧିକ ଯବାନ ମୁତୟନ ହୋଇଥିବା ଦାବି କରାଯାଇଛି। ନୂଆଦିଲ୍ଲୀରେ ୩୦୦ରୁ ଅଧିକ ସିସିଟିଭି କ୍ୟାମେରା ଲଗାଯାଇଥିବା ବେଳେ ପୋଲିସ କର୍ମଚାରୀମାନେ ବଡି କ୍ୟାମେରା ସହ ମୁତୟନ ହୋଇଛନ୍ତି।

ଜନ୍ତରମନ୍ତରର ଚାରି କିଲୋମିଟର ପରିଧିରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଥିବା ଏବଂ ୪୫ଟି ମେଟ୍ରୋ ଷ୍ଟେସନରେ ପ୍ରବେଶ ଓ ପ୍ରସ୍ଥାନ ସୁବିଧା ବନ୍ଦ ରହିଥିବା ମଧ୍ୟ ଖବରରେ ଉଲ୍ଲେଖ ରହିଛି। ଦିଲ୍ଲୀକୁ ଆସୁଥିବା ବିଭିନ୍ନ ରାସ୍ତାରେ ଯାଞ୍ଚ କଡ଼ାକଡ଼ି କରାଯାଇଥିବା କୁହାଯାଇଛି। ଏକାଠି ନହେବା, ନାରାବାଜି ନକରିବା ଏବଂ ସରକାରୀ ସମ୍ପତ୍ତିର କ୍ଷତି ନ ଘଟାଇବାକୁ ଲୋକଙ୍କୁ ଅନୁରୋଧ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି! ପ୍ରଥମ ଇନିଂସରେ ୫ଟି ୱିକେଟ ନେଇଥିବା ଆକାଶ ଦୀପ ଦ୍ୱିତୀୟ ଟେଷ୍ଟରୁ ବାଦ ପଡ଼ିଲେ

ନୂଆଦିଲ୍ଲୀ,୨୯।୧୧: ଆକାଶ ଦୀପ ଦ୍ୱିତୀୟ ଟେଷ୍ଟ ମ୍ୟାଚରୁ ବାଦ ପଡ଼ିଛନ୍ତି। ମ୍ୟାଚର ତୃତୀୟ ଦିନରେ ଏକ ବଲ ତାଙ୍କ ହେଲମେଟରେ ବାଜିଥିଲା; ତଥାପି ସେ ବ୍ୟାଟିଂ ଜାରି…

କ୍ରମାଗତ ତୃତୀୟ ଥର ଚାମ୍ପିୟନ୍ସ ଟ୍ରଫି ଜିତି ଇତିହାସ ସୃଷ୍ଟି କରିଛି ଭାରତ

ନୂଆଦିଲ୍ଲୀ,୨୯।୧୧: ଭାରତ ଫାଇନାଲରେ ଚାଇନାକୁ ୩-୧ ଗୋଲରେ ପରାସ୍ତ କରି ମହିଳା ହକି ଏସୀୟ ଚାମ୍ପିୟନ୍ସ ଟ୍ରଫି ଟାଇଟଲ ଜିତିଛି। ମହିଳା ଏସୀୟ ଚାମ୍ପିୟନ୍ସ ଟ୍ରଫିରେ କ୍ରମାଗତ…

ମୁସ୍ତାକ ଅଲି ଟ୍ରଫିରେ ୨୧୪ ରନ: ପୁଣି ଥରେ ଟିମ ଇଣ୍ଡିଆରେ ସାମିଲ ହେବା ପାଇଁ ଦାବି ଜଣାଇଲେ ସୂର୍ଯ୍ୟକୁମାର ଯାଦବ

ନୂଆଦିଲ୍ଲୀ,୨୯।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ପୁଣିଥରେ ଭାରତୀୟ ଦଳରେ ସାମିଲ ହେବା ପାଇଁ ଦାବିଦାର ହୋଇ ଉଭା ହୋଇଛନ୍ତି। ବର୍ତ୍ତମାନ ଚାଲିଥିବା…

ବ୍ୟାରିୟରମୁକ୍ତ ଟୋଲ୍‌ ପ୍ଲାଜାରେ ଟୋଲ୍‌ ଫାଙ୍କିଲେ ଦେବାକୁ ହେବ ୫ଗୁଣା ଜରିମାନା

ନୂଆଦିଲ୍ଲୀ, ୨୯ା୧୧: ନୂଆକରି ଆରମ୍ଭ ହୋଇଥିବା ବ୍ୟାରିୟର-ମୁକ୍ତ ଟୋଲ୍‌ ପ୍ଲାଜାଗୁଡ଼ିକରେ ଟୋଲ୍‌ ଫାଙ୍କିବା ପାଇଁ ଯେଉଁ ଗାଡ଼ି ମାଲିକମାନେ ଜାଣିଶୁଣି ପଞ୍ଜୀକରଣ ନମ୍ବର ପ୍ଲେଟକୁ ଘୋଡ଼ାଇବେ, ବିକୃତ…

ଆଜିଠୁ ବଢ଼ିବ ଶୀତ: ଥରିବ ଓଡ଼ିଶା

ଭୁବନେଶ୍ୱର, ୨୯।୧୧ (ବନ୍ଦନା ସେଠୀ):ରାଜ୍ୟରେ ଶୀତର ପ୍ରଭାବ ଜାରି ରହିଛି। ଦିନରେ ଖରା ହେଉଥିଲେ ମଧ୍ୟ ଶୀତଳ ପବନ ଦେହକୁ ସୁହାଉଛି। ହେଲେ ରାତିରେ ଥଣ୍ଡା ଅନୁଭୂତ…

ଏହି କାରଣରୁ ଭାରତର ଅଧିନାୟକ ହୋଇପାରିଲେ ନାହିଁ…ପନ୍ତଙ୍କ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଟେଷ୍ଟ କ୍ରିକେଟରେ ଋଷଭ ପନ୍ତ ନିଜର ନିର୍ଭୀକ ଓ ଆକ୍ରାମକ ବ୍ୟାଟିଂ ପାଇଁ ବେଶ୍ ପରିଚିତ। ମାତ୍ର କ୍ରାଇଷ୍ଟଚର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ…

ସୀମା ପୁନଃନିର୍ଦ୍ଧାରଣ ବିଲ୍‌କୁ ନେଇ ଡିଏମ୍‌କେର ବଡ଼ ଘୋଷଣା, ଜାଣନ୍ତୁ…

ଚେନ୍ନାଇ,୨୮ା୧୧: କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌କୁ ସମର୍ଥନ କରିବ ବୋଲି ଡିଏମ୍‌କେ ସୋମବାର ଆନୁଷ୍ଠାନିକ ଭାବେ ଘୋଷଣା କରିଛି। ଦଳ ଅଧ୍ୟକ୍ଷ…

କୋଟିଆ ସୀମାରେ ନୂଆ ବିବାଦ: ନାମାଙ୍କନ ପ୍ରତ୍ୟାହାର ପାଇଁ ଯାଉଥିବା ୱାର୍ଡ ସଭ୍ୟ ପ୍ରାର୍ଥୀଙ୍କୁ ଅଟକ ରଖିଲା ଆନ୍ଧ୍ର ପୋଲିସ, ବିଳମ୍ବିତ ରାତିରେ…

ପଟ୍ଟାଙ୍ଗି,୨୮/୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ସୀମା ବିବାଦ ଥମିବାର ନାଁ ଧରୁନଥିବା ବେଳେ ଏବେ ଏକ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?