ଇନ୍ଦିରା ଗାନ୍ଧୀଙ୍କ ଲୁକ୍‌ରେ ଲାରା ଦତ୍ତଙ୍କୁ ଚିହ୍ନିବା ମୁସ୍କିଲ; ପ୍ରଶଂସକ କହିଲେ ‘ଜାତୀୟ ପୁରସ୍କାର ଦିଆଯାଉ’

ବମ୍ବେ: ରିଲିଜ ହୋଇଛି ଅକ୍ଷୟ କୁମାରଙ୍କ ଫିଲ୍ମ ‘ବେଲ ବଟମ୍‌’ର ଟ୍ରେଲର। ଏଥିରେ ପ୍ରମୁଖ ଆକର୍ଷଣ ପାଲଟିଛନ୍ତି ଅଭିନେତ୍ରୀ ଲାରା ଦତ୍ତ। ଲାରା ଫିଲ୍ମରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ନଜର ଆସିବେ। ହେଲେ ଟ୍ରେଲରରେ ଇନ୍ଦିରାଙ୍କ ଲୁକ୍‌ରେ ଲାରାଙ୍କୁ ଚିହ୍ନିବା କଷ୍ଟକର ହୋଇଛି। ପ୍ରଶଂସକମାନେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି।

ଲାରା ଇନ୍ଦିରାଙ୍କ ଭଳି ଦେଖାଯିବାକୁ ପ୍ରୋସ୍ଥେଟିକ୍‌ ମେକ୍‌ଅପ୍‌ କରିଛନ୍ତି। କେହି କେହି ଲାରାଙ୍କୁ ବିଲ୍‌କୁଲ ଚିହ୍ନି ହେଉନାହିଁ। ମେକ୍‌ଅପ୍‌ ଆର୍ଟିଷ୍ଟଙ୍କୁ ମାନିବାକୁ ହେବ। ସେ ଜାତୀୟ ପୁରସ୍କାର ପାଇବା ଉଚିତ ବୋଲି କହୁଥିବା ବେଳେ ଅନ୍ୟମାନେ ଚଳଚ୍ଚିତ୍ରକୁ ରିଲିଜକୁ ଅପେକ୍ଷା ଥିବା କହୁଛନ୍ତି।

ଅକ୍ଷୟ ଫିଲ୍ମରେ ଜଣେ ଗୁପ୍ତଚର ଭୂମିକାରେ ଅଭିନୟ କରୁଛନ୍ତି। ଏହାଛଡ଼ା ବାଣୀ କପୁର ଏବଂ ହୁମା କୁରୈଶି ମଧ୍ୟ ପ୍ରମୁଖ ଭୂମିକାରେ ନଜର ଆସିବେ। ଫିଲ୍ମର କାହାଣୀ ଯଦି ଦେଖାଯାଏ ତେବେ ଫିଲ୍ମରେ ଅକ୍ଷୟଙ୍କ କୋଡ୍‌ ‘ବେଲ ବଟମ୍‌’ ରହିଛି। ତାଙ୍କ କାନ୍ଧରେ ଚାରିଜଣ ଅପହରଣକାରୀଙ୍କଠାରୁ ୨୪୦ ଯାତ୍ରୀମାନଙ୍କୁ ରକ୍ଷା କରିବାର ମିଶନ ରହିଛି।

ଫିଲ୍ମଟି ଥ୍ରିଡି ଫର୍ମାଟରେ ଅଗଷ୍ଟ ୧୯ରେ ସିନେମାହଲ୍‌ରେ ରିଲିଜ ହେବ। କରେନା ଏବଂ ଲକ୍‌ଡାଉନ୍‌ ପରେ ଏହା ସିନେମାହଲ୍‌ରେ ରିଲିଜ ହେଉଥିବା ଅକ୍ଷୟ କୁମାରଙ୍କ ପ୍ରଥମ ଚଳଚ୍ଚିତ୍ର। ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri