Posted inଖେଳ

କୋହଲିଙ୍କ ପାଇଁ ପାଗଳ ପ୍ରଶଂସକ; କଲେ ଏମିତି କାମ

ବେଙ୍ଗାଲୁରୁ,୧୪।୩: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ୨ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଦୃଢ ସ୍ଥିତିରେ ଅଛି। ଭ୍ରମଣକାରୀ ଶ୍ରୀଲଙ୍କା ସମ୍ମୁଖରେ ଟିମ ଇଣ୍ଡିଆ ୪୪୭ ରନର ଏକ ବଡ଼ ଲକ୍ଷ୍ୟ ଦେଇଛି। ଦ୍ୱିତୀୟ ଦିନରେ ଅର୍ଥାତ୍‌ ରବିବାରର ଖେଳ ଶେଷ ହେବା ପର୍ଯ୍ୟନ୍ତ ଶ୍ରୀଲଙ୍କା ଟାର୍ଗେଟକୁ ପିଛା କରି ୨୮ ରନ କରି ଗୋଟିଏ ଉଇକେଟ ହରାଇଛି। ଜିତିବା ପାଇଁ ଶ୍ରୀଲକା ୪୧୯ ରନ ଆବଶ୍ୟକ କରୁଥିବାବେଳେ ସିରିଜରେ କ୍ଲିନ୍‌ସୁଇପ୍‌ ପାଇଁ ଟିମ ଇଣ୍ଡିଆ ୯ ଉଇକେଟ ଆବଶ୍ୟକ କରୁଛି। ଟେଷ୍ଟ ମ୍ୟାଚର ଦ୍ୱିତୀୟ ଦିନରେ ୩ ଜଣ ପ୍ରଶଂସକ ସୁରକ୍ଷା ଉଲ୍ଲଂଘନ କରି ବିରାଟ କୋହଲିଙ୍କ ସହ ସେଲଫି ନେବାକୁ ପଡିଆରେ ପହଞ୍ଚିବା ପରେ ଏକ ଅଜବ ଘଟଣା ଘଟିଥିଲା। ଏବେ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି।
ଶ୍ରୀଲଙ୍କାର ଦ୍ୱିତୀୟ ଇନିଂସର ଷଷ୍ଠ ଓଭରରେ ଏହି ଘଟଣା ଘଟିଥିଲା। ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ବଲ୍‌ରେ ଆଘାତ ପାଇବା ପରେ କୁସାଲ ମେଣ୍ଡିସଙ୍କ ପଡିଆରେ ଚିକିତ୍ସା କରାଯାଉଥିଲା। ଏହି ସମୟରେ ୩ ଜଣ ପ୍ରଶଂସକ ସେମାନଙ୍କ ଷ୍ଟାର ଖେଳାଳିଙ୍କୁ ଅତି ନିକଟରୁ ଦେଖିବା ପାଇଁ ପଡିଆରେ ପ୍ରବେଶ କରିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବିରାଟଙ୍କ ନିକଟରେ ପହଞ୍ଚିବାରେ ସଫଳ ହୋଇଥିଲେ। ସେତେବେଳେ ବିରାଟ ସ୍ଲିପ୍‌ରେ ଫିଲ୍ଡିଂ କରୁଥିଲେ।
ପ୍ରଶଂସକ ତାଙ୍କ ମୋବାଇଲ ବାହାର କରି କୋହଲିଙ୍କ ସହ ସେଲଫି ନେବାକୁ କହିଥିଲେ। କୋହଲି ସେଲଫି ପାଇଁ ରାଜି ହୋଇ ପୋଜ୍‌ ଦେଇଥିଲେ। ମୋହାଲିରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟ ସମୟରେ ଜଣେ ପ୍ରଶଂସକ ମଧ୍ୟ ପଡ଼ିଆରେ ପ୍ରବେଶ କରିବାକୁ ସକ୍ଷମ ହୋଇଥିଲେ। ମ୍ୟାଚ ପରେ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।

https://twitter.com/ZLX_comfort/status/1503044266138169345


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri