ରଙ୍ଗତୂଳୀରେ ହ୍ୟୁମାନଙ୍କୁ ମନେ ପକାଇଲେ ଫ୍ୟାନ୍‌, ଜୀବନ୍ତ ଚିତ୍ର କରି ଚର୍ଚ୍ଚାରେ ସୁନୀଲ

ଦାରିଙ୍ଗବାଡ଼ି,୨୧ା୧୧(ଅରୁଣ ସାହୁ): ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ବିୟୋଗ ପରେ ତାଙ୍କ ଫ୍ୟାନ୍‌ମାନଙ୍କ ମଧ୍ୟରେ ଅନେକ ଚିନ୍ତା ବଢ଼ିଛି। ତାଙ୍କ ସଙ୍ଗୀତକୁ ସମସ୍ତେ ମନେ ପକାଉଥିବାବେବେଳେ ତାଙ୍କ ସମସ୍ତ ସ୍ମୃତିକୁ ସାଉଁଟିବାରେ ଲାଗିଛନ୍ତି ତାଙ୍କ ସମର୍ଥକ ଓ ଫ୍ୟାନମାନେ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ଜଣେ ଚିତ୍ରକାରଙ୍କ କ୍ଷେତ୍ରରେ।

ପ୍ରକାଶ ଯେ, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଗ୍ରାମର ଚିତ୍ରକାର ସୁନୀଲ ବିନ୍ଧାଣି ନିଜ ତୂଳୀରେ ସ୍ବର୍ଗତ ହ୍ୟୁମାନ ସାଗରଙ୍କ ଜୀବନ୍ତ ଚିତ୍ର ଆଙ୍କି ଏବେ ଅଞ୍ଚଳରେ ପ୍ରଂଶସା ସାଉଁଟିବାରେ ଜଣାପଡ଼ିଛି। ସେ ହ୍ୟୁମାନ ସାଗରଙ୍କ ବଡ଼ ଫ୍ୟାନ୍‌ ବୋଲି କହିବା ସହ ସେ ତାଙ୍କ ବିୟୋଗ ପରଠାରୁ ଭାଙ୍ଗି ପଡ଼ିଥିଲେ ଓ ସେ ଗୁରୁବାର ତାଙ୍କ ଚିତ୍ର ଆଙ୍କିବା ପାଇଁ ସ୍ଥିର କରି ଶୁକ୍ରବାର ଦାରିଙ୍ଗବାଡ଼ି ହିଲଭିୟୁ ପାର୍କ ପରିସର ମଧ୍ୟରେ ହ୍ୟୁମାନ ସାଗରଙ୍କ ଏକ ଚିତ୍ର ଅତି ସୁନ୍ଦର ଭାବେ ଆଙ୍କିଛନ୍ତି। ଯିଏ ଦେଖୁଛି ସିଏ କହୁଛି ମିସ୍‌ ହ୍ୟୁମାନ ଭାଇ ଆଉ ହିଲଭିୟୁ ପାର୍କକୁ ଆସୁଥିବା ସମସ୍ତ ପର୍ଯ୍ୟଟକ କିଛି ସମୟ ସେହି ନିକଟରେ ଅଟକି ହ୍ୟୁମାନଙ୍କୁ ମନେ ପକାଉଥିବା ଓ ତାଙ୍କ ସ୍ମୃତିଚାରଣ କରୁଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri