ଫନୀ ବଦଳାଇଲା ବାସସ୍ଥାନ

ଭୁବନେଶ୍ୱର, ୨୪।୧(ବ୍ୟୁରୋ): ଓଡ଼ିଶାରେ ୨୦୧୯ ମେ’ ରେ ଫନୀ ବାତ୍ୟା ଅନେକ କ୍ଷୟକ୍ଷତି କରିଥିଲା। ତେବେ ଫନୀ ପାଇଁ ଏକ ବ୍ଲାକ କାଇଟ ବା ମାଟିଆ ଚିଲର ବାସସ୍ଥାନ ବଦଳିଯାଇଛି। ଏହି ବନ୍ୟପ୍ରାଣୀଟି ଏବେ ଓୟୁଏଟି ଭେଟେରିନାରୀ ସର୍ଜରି ବିଭାଗରେ ରହୁଛି। ବାତ୍ୟା ପରେ ଦୁଇଜଣ ଛାତ୍ର ଆହତ ଚିଲକୁ ଉଦ୍ଧାର କରି ଚିକିତ୍ସା ପାଇଁ ଆଣିଥିଲେ। ଏହା ବନ୍ୟପ୍ରାଣୀ ହୋଇଥିବାରୁ ବନ ବିଭାଗର ଅନୁମତି ଆଣିବା ପାଇଁ ଭେଟେରିନାରୀ ସର୍ଜରି ବିଭାଗର ମୁଖ୍ୟ ପ୍ରଫେସର ଡା. ଇନ୍ଦ୍ରମଣି ନାଥ ତାଙ୍କୁ କହିଥିଲେ। କିନ୍ତୁ ସେମାନେ ଆଉ ଆସି ନ ଥିଲେ। ଆହତ ଚିଲର ଡେଣା ଭାଙ୍ଗିଯାଇଥିବାରୁ ଡା. ନାଥ ଚିକତ୍ସା କରିଥିଲେ। ଚିଲଟିର ୪ ଥର ପିନିଂ କରାଯାଇଥିଲା, କିନ୍ତୁ ତାହା ଖସିଯାଇଥିଲା। ତେବେ ସର୍ଜରି ବିଭାଗରେ କାର୍ଯ୍ୟରତ ଟିକମ ପ୍ରତିଦିନ କୁକୁଡ଼ା ପୁଟି ଆଣି ଚିଲକୁ ଖୁଆଇବାକୁ ଦେଉଛନ୍ତି। ଗୋଟିଏ ଡେଣା ସମ୍ପୂର୍ଣ୍ଣ ଭାଙ୍ଗିଯାଇଥିବାରୁ ଚିଲଟି ଉଡ଼ିପାରୁନାହିଁ। କିନ୍ତୁ ଉତ୍ତମ ସେବା ପାଇ ସୁସ୍ଥ ରହିଛି। ଏ ନେଇ ଡାକ୍ତର ନାଥ କହିଛନ୍ତି, କାହା ଜୀବଜନ୍ତୁଙ୍କ ଯତ୍ନ ନେବା ପାଇଁ ଆମ ପାଖରେ ମାନବ ସମ୍ବଳ ନାହିଁ। ଚିକିତ୍ସା କରିବା ଆମ କାମ। ଆମେ ଏତେ ଲମ୍ବା ସମୟ ଧରି ଚିଲଟିର ଜୀବନ ବଞ୍ଚେଇ ରଖିବାରେ ସକ୍ଷମ ହୋଇଛୁ, ତାହା ଆମ ପାଇଁ ବଡ଼ କଥା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ନୂଆ ଭୋଟର: ୨୬ରୁ ଆରମ୍ଭ ହେବ ଘରକୁ ଘର ସର୍ଭେ

ଭୁବନେଶ୍ୱର, ୨୦।୭: ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ ଆୟୋଗ ଭୋଟର ତାଲିକା ପ୍ରସ୍ତୁତି ପାଇଁ ବଡ଼ ଘୋଷଣା କରିଛନ୍ତି। ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri