‘ତିତଲି’ଠାରୁ ଭୟଙ୍କର ହେବ ‘ଫନୀ’

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦।୪: ବାତ୍ୟା ‘ଫନୀ’କୁ ନେଇ ଏବେ ସବୁଆଡେ ଚର୍ଚ୍ଚା। ଏହା ଓଡ଼ିଶା ଉପକୂଳର ପୁରୀଠାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାର ଉପକୂଳ ଅଞ୍ଚଳ ଏଥିଯୋଗୁ ବିଶେଷ ପରିମାଣରେ କ୍ଷତିଗ୍ରସ୍ତ ହେବ ବୋଲି କହିଛି ପାଣିପାଗ ବିଭାଗ। ବେଳକୁ ବେଳେ ଏହା ଆହୁରି ଶକ୍ତିଶାଳୀ ହେଉଥିବା ସୂଚନା ମିଳିଛି। ଏହାର ପ୍ରଭାବରେ ମେ’୨ରୁ ବର୍ଷା ଆରମ୍ଭ ହୋଇଯିବ। ସାଟେଲାଟ୍‌ ଚିତ୍ର ଓ ରାଡାର ସୂଚନା ମୁତାବକ ଏହା ଆସନ୍ତା ୪ ତାରିଖରେ ପୁରୀ-କେନ୍ଦ୍ରାପଡା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ରହିିଛି। ଆଉ ଏହା ଲ୍ୟାଣ୍ଡଫଲ୍‌ କରିବା ପରେ ଆହୁରୀ ଉଗ୍ରରୂପ ନେବ ବୋଲି କୁହାଯାଉଛି। ଫଳରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାକୁ ୧୬୦-୧୭୦ କିଲୋମିଟର ବେଗରେ ପବନ ବହିବ ବୋଲି ସୂଚନା ମିଳିଛି। ମଝିରେ ମଝିରେ ଏହା ୧୯୦ କିଲୋମିଟର ପ୍ରତି ଘଣ୍ଟା ମଧ୍ୟ ହୋଇପାରେ। ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସଜୀବିଙ୍କୁ ସତର୍କ କରି ଦିଆଯାଇଛି। ଏହାର ପ୍ରଭାବରେ ଗୋପଳପୁର, ପୁରୀ, କୋଣାର୍କ, ବାଲେଶ୍ୱର ପର୍ଯ୍ୟନ୍ତ ଉପକୂଳ ଅଞ୍ଚଳରେ ଥିବା ଲୋକଙ୍କୁ ସତର୍କ କରି ଦିଆଯାଇଛି। ଏହାସହ ଏସବୁ ଜିଲାର ଜିଲାପାଳଙ୍କୁ ମଧ୍ୟ ସଜାଗ ରହିବାକୁ କୁହାଯାଇଛି। ଏଥିପାଇଁ ଓଡ୍ରାଫ୍‌ ଟିମ୍‌କୁ ଆଗୁଆ କ୍ଷତିଗ୍ରସ୍ତ ହେବାକୁ ଥିବା ଉପକୂଳ ଅଞ୍ଚକୁ ପଠାଇଦିଆଯିବ। ଏହାପରେ ବାତ୍ୟା ‘ଫନୀ’ମେ ୫କୁ ସମୁଦ୍ରକୁ ଫେରିଯିବା ବେଳେ ପୁଣିଥରେ ପଶ୍ଚିମବଙ୍ଗ ମୁହଁା ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri