Posted inଖେଳ

ଧୋନୀଙ୍କୁ ଏକ ବ୍ୟକ୍ତିଗତ ପ୍ରଶ୍ନ ପଚାରିଲେ ପ୍ରଶଂସକ: ଜବାବ ମିଳିଲା ଏମିତି

ଚେନ୍ନାଇ,୧୭।୩: ଆଇପିଏଲ ୨୦୨୨ ପାଇଁ ଚେନ୍ନାଇ ସୁପର କିଙ୍ଗ(ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରସ୍ତୁତ ହେଉଛନ୍ତି। ତାଙ୍କ ଅଧିନାୟକତ୍ୱରେ ସିଏସ୍‌କେ ଚାରିଥର ଆଇପିଏଲ ଚାମ୍ପିଅନ ହୋଇଛି। ଏଥର ମଧ୍ୟ ଦଳକୁ ଚାମ୍ପିଅନ୍‌ କରିବାକୁ ପଡିଆକୁ ଧୋନୀ ଓହ୍ଲାଇବେ। ଧୋନୀ ପଡ଼ିଆରେ ଯେତିକି ଶାନ୍ତ, ବ୍ୟକ୍ତିଗତ ଜୀବନରେ ସେ ସେତିକି ମଜାଳିଆ। ନିକଟରେ ଜଣେ ପ୍ରଶଂସକ ତାଙ୍କୁ ବ୍ୟକ୍ତିଗତ ପ୍ରଶ୍ନ ପଚାରିଥିଲେ, ଯାହାର ଉତ୍ତର ସେ ମଜାଳିଆ ଅନ୍ଦାଜ୍‌ରେ ଦେଇଥିଲେ।
ସିଏସ୍‌କେର ପ୍ରଯୋଜକ ଇଣ୍ଡିଆ ସିମେଣ୍ଟସ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଶଂସକ କହିଥିଲେ, ସାର୍‌, ମୁଁ ଆପଣଙ୍କୁ ଏକ ବ୍ୟକ୍ତିଗତ ପ୍ରଶ୍ନ ପଚାରିବି କି?’ ଏହାର ଜବାବରେ ଧୋନୀ କହିଥିଲେ ‘ପଚାର, ପଚାର … ତୁମେ ମୋତେ ଯେକୌଣସି ପ୍ରଶ୍ନ ପଚାରି ପାରିବ, ଏହା ପରେ ମୁଁ ଉତ୍ତର ଦେବି କି ନାହିଁ ତାହା ସ୍ଥିର କରିବି।’ ଏହାଶୁଣି ଉପସ୍ଥିତ ସମସ୍ତେ ହସିବାକୁ ଲାଗିଲେ।
ତା’ପରେ ପ୍ରଶଂସକ ପଚାରିଥିଲେ, ସମସ୍ତେ ଜାଣନ୍ତି ଯେ ତୁମେ ନମ୍ବର -୧। ଆପଣ ପ୍ରତ୍ୟେକ କ୍ଷେତ୍ରରେ ନମ୍ବର-୧ ଅଟନ୍ତି, କିନ୍ତୁ ଯେତେବେଳେ ଆପଣ ଘରକୁ ଯାଆନ୍ତି, କିଏ ନମ୍ବର -। ଏହାର ଜବାବରେ ଧୋନୀ କହିଥିଲେ, ତୁମର ଚତୁର୍ଦ୍ଦିଗରେ ଥିବା ସମସ୍ତଙ୍କୁ ଦେଖ, ସମସ୍ତେ ହସୁଛନ୍ତି, କାରଣ ସମସ୍ତେ ଜାଣନ୍ତି ଯେ, ଘର ଭିତରକୁ ଯିବା ପରେ ସ୍ତ୍ରୀ ନମ୍ବର -୧।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri