Posted inଖେଳ

ଭାରତ-ପାକିସ୍ତାନ ମ୍ୟାଚ୍‌ ଲାଗି ଡାକ୍ତରଖାନାରେ ଶଯ୍ୟା ବୁକ୍‌ କରୁଛନ୍ତି ପ୍ରଶଂସକ, ହୋଟେଲରେ ସ୍ଥାନ ମିଳୁନି

ଅହମ୍ମଦାବାଦ,୨୧।୭: ଭାରତରେ ଖେଳାଯିବ ବିଶ୍ୱକପ୍‌ ୨୦୨୩। ଅକ୍ଟୋବର ୧୫ରେ ଟିମ୍‌ ଇଣ୍ଡିଆ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଅହମ୍ମଦାବାଦରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ ଲାଗି ଏବେଠାରୁ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଲାଣି। ମ୍ୟାଚ୍‌କୁ ନେଇ ଅହମ୍ମଦାବାଦ ହୋଟେଲରେ କୌଣସି ସ୍ଥାନ ବାକି ନାହିଁ। ଏବେ ଏହାକୁ ନେଇ ମଜାଦାର ଖବର ସାମ୍ନାକୁ ଆସିଛି। ହୋଟେଲ ପରେ ଏବେ ପ୍ରଶଂସକମାନେ ଡାକ୍ତରଖାନାରେ ବେଡ୍‌ ବୁକିଂ କରୁଥିବା ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି।

ଅହମ୍ମଦାବାଦର ଏକ ଡାକ୍ତରଖାନାରେ କାର୍ଯ୍ୟ କରୁଥିବା ଡାକ୍ତର କହିଛନ୍ତି, ଲୋକମାନେ ସମ୍ପୂର୍ଣ୍ଣ ଶରୀର ଯାଞ୍ଚ ସହ ଗୋଟିଏ ରାତି ରହିବାକୁ ବେଡ୍‌ ବୁକ୍‌ କରୁଛନ୍ତି। ଯେକୌଣସି ପ୍ରକାରେ ଲୋକେ ହସ୍ପିଟାଲ ବେଡ୍‌ ନଚେତ ରୁମ୍‌ ବୁକ୍‌ କରିବାକୁ ପ୍ରସ୍ତୁତ ଅଛନ୍ତି। ହେଲେ ସୀମିତ ସ୍ଥାନ ଥିବାରୁ ରୋଗୀଙ୍କୁ ଧ୍ୟାନରେ ରଖି ସେମାନେ ବୁକିଂ ବିଷୟରେ ଚିନ୍ତା କରୁଛନ୍ତି।

ଉଲ୍ଲେଖନୀୟ ଯେ, ଅତୀତରେ ଏଭଳି ଅନେକ ଖବର ସାମ୍ନାକୁ ଆସିଛି। ହୋଟେଲରେ ଗୋଟିଏ ରାତି ରହିବା ପାଇଁ ୧୦ ଗୁଣରୁ ଅଧିକ ଭଡା ଆଦାୟ କରାଯାଉଛି। ଗୋଟିଏ ହୋଟେଲରେ ଗୋଟିଏ ରାତି ରହିବା ପାଇଁ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ନିଆଯାଉଛି। ତେବେ ବିଶ୍ୱକପ ୨୦୨୩ର ପ୍ରଥମ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ। ଏଠାରେ ମୋଟ ୫ ମ୍ୟାଚ ଖେଳାଯିବ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମ୍ୟାଚ ସହିତ ଫାଇନାଲ ମଧ୍ୟ ଖେଳାଯିବ। ଏଥର ବିଶ୍ୱକପ୍‌ ଅନ୍ତିମ ମ୍ୟାଚ ନଭେମ୍ବର ୧୯ରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri