ରକ୍ତଦାନ କରି ପ୍ରଶଂସକ ପାଳିଲେ ଜନ୍ମଦିନ

ମୁମ୍ବାଇ: ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ବେବି ଡଲ୍‌ କୁହାଯାଉଥିବା ସନି ଲିଓନିଙ୍କ ଫ୍ୟାନ୍ସମାନେ ଭିନ୍ନ ଢଙ୍ଗରେ ତାଙ୍କ ଜନ୍ମଦିନ ପାଳିଛନ୍ତି। ଯାହା ପାଇଁ ସନି ମଧ୍ୟ ବେଶ୍‌ ଖୁସିଥିବା ବେଳେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି। କର୍ନାଟକର ମାଣ୍ଡ୍ୟା ଗାଁରେ ସନିଙ୍କ ପ୍ରଶଂସକ ତାଙ୍କ ଜନ୍ମଦିନ ଅବସରରେ ଏକ ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ଏହି ଆୟୋଜନ ବିଷୟରେ ସନି ଅବଗତ ନ ଥିବା ବେଳେ ଖବରକାଗଜରେ ଏହାର ସୂଚନା ପାଇଥିଲେ। ଏହାର ଏକ ଫଟୋ ଏବେ ସେ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କର୍ନାଟକରେ ତାଙ୍କ ପ୍ରଶଂସକଙ୍କ ଏପ୍ରକାର ଭଲପାଇବା ଦେଖି ଅଭିନେତ୍ରୀ ଜଣଙ୍କ ଭାବ ବିହ୍ବଳ ହେବା ସହ ଫ୍ୟାନ୍ସମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଯଦି ସେ ଏ ବିଷୟରେ ଅବଗତ ହୋଇଥାନ୍ତେ ନିହାତି ଭାବେ କାର୍ଯକ୍ରମରେ ସାମିଲ ହେବାକୁ ଚେଷ୍ଟା କରିଥାନ୍ତେ ବୋଲି ସେ ଉକ୍ତ ପୋଷ୍ଟରେ ଲେଖିଛନ୍ତି। ସୂଚନାଯୋଗ୍ୟ, ଗତ ୧୩ ତାରିଖରେ ବି. ଟାଉନ୍‌ ଅଭିନେତ୍ରୀ ଜଣକ ତାଙ୍କ ୪୧ତମ ଜନ୍ମଦିନ ପାଳନ କରିଥିଲେ। ରିଆଲିଟି ଶୋ’ ବିଗ୍‌ବସ୍‌ ସିଜନ୍‌ ୫ରୁ ସନି ହିନ୍ଦୀ ମନୋରଞ୍ଜନ ଜଗତକୁ ପ୍ରବେଶ କରିଛନ୍ତି। ଜିସ୍ମ-୨ ତାଙ୍କ ଅଭିନୀତ ପ୍ରଥମ ଫିଲ୍ମ ହୋଇଥିବା ବେଳେ ବେବି ଡଲ୍‌ ସଙ୍ଗ୍‌ ତାଙ୍କୁ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ଦେଇଥିଲା। ଅଭିନୟ ସାଙ୍ଗକୁ ହୋଷ୍ଟିଂ ଜଗତରେ ମଧ୍ୟ ସନି ନିଜର ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri