Posted inଖେଳ

କୋହଲିଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ‘ଅକାୟ’ଙ୍କ ଡେବ୍ୟୁ ଦାବି କଲେ ପ୍ରଶଂସକ, ଭାଇରାଲ ହେଉଛି ପୋଷ୍ଟର

ନୂଆଦିଲ୍ଲୀ,୨୮।୨: ଭାରତୀୟ ଖେଳାଳି ବିରାଟ କୋହଲି ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି, ଯାହା ବିଷୟରେ ସେ ଫେବୃଆରୀ ୨୦ରେ ସୂଚନା ଦେଇଥିଲେ। କୋହଲିଙ୍କ ଘରେ ଏକ ଶିଶୁପୁତ୍ର ଜନ୍ମ ହୋଇଛି। ଯାହାର ନାମ ସେ ‘ଅକାୟ’ ରଖିଛନ୍ତି । ବର୍ତ୍ତମାନ ପ୍ରଶଂସକମାନେ କୋହଲିଙ୍କ ଫେରିବା ପୂର୍ବରୁ ‘ଅକାୟ’ଙ୍କ ଡେବ୍ୟୁ କରିବାକୁ ଦାବି କରିଛନ୍ତି, ଯାହାକି ଏକ ମାସର ମଧ୍ୟ ହୋଇନାହାନ୍ତି।

ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜ ପୂର୍ବରୁ କୋହଲିଙ୍କୁ ଆଫଗାନିସ୍ତାନ ବିପକ୍ଷରେ ଖେଳାଯାଇଥିବା ଘରୋଇ ଟି -୨୦ସିରିଜରେ ଦେଖିବାକୁ ମିଳିଥିଲା। ଏବେ ଭାରତୀୟ ବ୍ୟାଟର୍‌ ଆଇପିଏଲ ଜରିଆରେ କ୍ରିକେଟ ପଡ଼ିଆକୁ ଫେରିବେ, ଯେଉଁଠାରେ ତାଙ୍କୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରରେ ଖେଳୁଥିବା ଦେଖିବାକୁ ମିଳିବ। କିନ୍ତୁ ବିରାଟଙ୍କ ଫେରିବା ପୂର୍ବରୁ ଲୋକମାନେ ତାଙ୍କ ପୁଅର ଡେବ୍ୟୁ କରିବାକୁ ଦାବି କରିଛନ୍ତି।

ରାଞ୍ଚିରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଚତୁର୍ଥ ଟେଷ୍ଟରେ ପ୍ରଶଂସକମାନେ ଏକ ଆକର୍ଷଣୀୟ ପୋଷ୍ଟର ସହିତ ଦେଖାଦେଇଥିଲେ, ଯେଉଁଥିରେ‘ଅକାୟ’ଙ୍କ ଡେବ୍ୟୁ ପାଇଁ ଦାବି ରହିଥିଲା। ଏହି ପୋଷ୍ଟରେ ଲେଖାଥିଲା, ଆମେ ଅକାୟଙ୍କ ଡେବ୍ୟୁ ଚାହୁଁ। ଯାହା ଏବେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri