ନୂଆଦିଲ୍ଲୀ,୨୬।୬: ଭାରତୀୟ ଟି-୨୦ କ୍ରିକେଟର ‘ଶ୍ରେୟସ ଯୁଗ’ ଆଜିଠାରୁ ଆରମ୍ଭ ହେଉଛି। ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡର ସାମ୍ନା କରୁଛି।
ଏହା ବେଲଫାଷ୍ଟରେ ଖେଳାଯାଉଥିବା ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ। ଏହି ମ୍ୟାଚ ପାଇଁ ସମସ୍ତଙ୍କ ନଜର ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା; କିନ୍ତୁ, ତାଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଲା ନାହିଁ। ଭାରତୀୟ ଅଧିନାୟକ ଶ୍ରେୟସ ଆୟର ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।