ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ହୋଟେଲ୍‌ ଛାତକୁ ଚଢିଲେ ପ୍ରଶଂସକ

ସାଉଥ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମର ଶୁଟିଂ ପାଇଁ ବିଶାଖାପାଟନମ୍‌ରେ ପହଞ୍ଚିଛନ୍ତି। ଏଠାରେ ପ୍ରଶଂସକମାନେ ନିଜ ପ୍ରିୟ ଅଭିନେତାଙ୍କୁ ଦେଖିବା ପାଇଁ ପ୍ରବଳ ଭିଡ଼ ଜମାଇଥିଲେ। ତାଙ୍କୁ ସ୍ବାଗତ କରିବା ପାଇଁ ବିମାନ ବନ୍ଦରରେ ଶହ ଶହ ପ୍ରଶଂସକ ଏକତ୍ରିତ ହୋଇଥିଲେ। ରାମ ଚରଣ ତାଙ୍କ ହୋଟେଲକୁ ଯିବା ମାତ୍ରେ ପ୍ରଶଂସକମାନେ ମଧ୍ୟ ତାଙ୍କୁ ଅନୁସରଣ କରି ଫୁଲ ବର୍ଷା କରିଥିଲେ। ପରିସ୍ଥିତି ଏପରି ହୋଇଥିଲା ରାମ ଚରଣ ହୋଟେଲ ଭିତରେ ପଶିବା କ୍ଷଣି ତାଙ୍କ ପ୍ରଶଂସକମାନେ ହୋଟେଲ୍‌ ଛାତ ଉପରକୁ ଚଢି ଯାଇଥିଲେ।
ରାମ ଚରଣ ପ୍ରସିଦ୍ଧ ନିର୍ଦ୍ଦେଶକ ଶଙ୍କରଙ୍କ ପରବର୍ତ୍ତୀ ଫିଲ୍ମର ଶୁଟିଂ ପାଇଁ ବିଶାଖାପାଟନମ୍‌ରେ ଅଛନ୍ତି। ଏହି ଫିଲ୍ମରେ ତାଙ୍କ ସହ ଅଭିନେତ୍ରୀ କିଆରା ଆଡଭାନୀ ନଜର ଆସିବେ। ଏହି ଫିଲ୍ମରେ ରାମ ଚରଣ ଜଣେ ଆଇଏଏସ ଅଧିକାରୀ ଭୂମିକାରେ ଅଛନ୍ତି।
ନିକଟରେ ରାମ ଚରଣଙ୍କ ଫିଲ୍ମ ଆଚାର୍ଯ୍ୟ ମୁକ୍ତିଲାଭ କରିଛି। ଏଥିରେ ସେ ତାଙ୍କ ପିତା ଚିରଞ୍ଜୀବୀଙ୍କ ସହ କାମ କରିଛନ୍ତି। ତେବେ ବକ୍ସ ଅଫିସରେ ବାପା-ପୁଅ ଯୋଡି ଫ୍ଲପ୍‌ ସାବ୍ୟସ୍ତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୩ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ସରପଞ୍ଚ ତପନ କୁମାର ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତଙ୍କୁ କେ.ନୂଆଗାଁ ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri