Posted inଖେଳ

ମ୍ୟାଚ୍‌ ପୂର୍ବରୁ ପ୍ରାର୍ଥନା କଲେ ଦୁଇ ଦେଶର ପ୍ରଶଂସକ

ଦୁବାଇ,୨୪।୧୦: ଶନିବାର ସନ୍ଧ୍ୟାରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଭାରତ ଓ ପାକିସ୍ତାନ। ଟି୨୦ ବିଶ୍ୱକପ୍‌ର ବହୁ ପ୍ରତିକ୍ଷିତ ମ୍ୟାଚ୍‌ ପୂର୍ବରୁ ଦୁଇ ଦେଶ ମଧ୍ୟରେ ଶାନ୍ତି ପ୍ରାର୍ଥନା କରିଛନ୍ତି ପ୍ରଶଂସକ। ଯାହା ଫଳରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ପଡ଼ୋଶୀ ଦେଶ ମଧ୍ୟରେ ଅଧିକ କ୍ରିକେଟ ମ୍ୟାଚ୍‌ ଦେଖିବାକୁ ମିଳିବ। ଉଲ୍ଲେଖଯୋଗ୍ୟ, ସୀମାରେ ଆତଙ୍କବାଦୀ କାର୍ଯ୍ୟକଳାପ କାରଣରୁ ୨୦୦୭ରୁ ଦୁଇ କ୍ରିକେଟ ପାଗଳ ଦେଶମଧ୍ୟରେ ଦ୍ୱିପାକ୍ଷିକ କ୍ରିକେଟ ସିରିଜ୍‌ ଖେଳାଯାଉ ନାହିଁ। କେବଳ ୨୦୧୨-୧୩ରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ୨ଟି ଟ୨୦ ମ୍ୟାଚ୍‌ ଖେଳାଯାଇଥିଲା। ଏହାପରଠୁ କେବଳ ଆଇସିସି ଇଭେଣ୍ଟରେ ଦୁଇ ଦଳ ପରସ୍ପର ସହ ଖେଳୁଛନ୍ତି।

ଆମକୁ ପରସ୍ପର ସହ ଅଧିକ ମ୍ୟାଚ୍‌ ଖେଳିବା ଦରକାର। କ୍ରିକେଟ ଫିଲ୍ଡରେ ଦୁଇ ଦଳକୁ ଦେଖିବାର ମଜା ନିଆରା। ରାଜନେତାମାନେ ନିଜ ଫାଇଦା ପାଇଁ ଏହାକୁ ବିଗାଡ଼ିବା ଉଚିତ ନୁହେଁ। ପାକିସ୍ତାନକୁ ମଧ୍ୟ କ୍ରିକେଟ ଖେଳିବାକୁ ଦିଅ। ମୁଁ ଦୁଇ ଦେଶ ମଧ୍ୟରେ ଶାନ୍ତି ଲାଗି ପ୍ରାର୍ଥନା କରୁଛି ବୋଲି ୟୁଏଇରେ ରହୁଥିବା ଜଣେ ପାକିସ୍ତାନ ନାଗରିକ ମହମ୍ମଦ ଅଶ୍ରଫ କହିଛନ୍ତି।

ସେହିଭଳି ୨୦୧୭ରୁ ୟୁଏଇରେ କାମ କରୁଥିବା ପଙ୍ଖୁରି ରାଜ ମେହତା କହିଛନ୍ତି, ମ୍ୟାଚ୍‌ ଟିକେଟ୍‌ ଅନଲାଇନ୍‌ରେ ଉପଲବ୍ଧ ହେବାର ତୁରନ୍ତ ପରେ ମୁଁ ଟିକେଟ୍‌ କିଣିଥିଲି। ଏଭଳି ମ୍ୟାଚ୍‌କୁ ଉପଭୋଗ କରିବାର ସୁଯୋଗ କିଏ ବା ଛାଡ଼ି ପାରିବ। ପାକିସ୍ତାନ ସହ ସର୍ବଦା ସମସ୍ୟା ଲାଗି ରହିଛି। ରାଜନେତାମାନେ ଏହାର ସମାଧାନ କରିବା ଉଚିତ। ଯାହା ବି ହେଉ, ମୁଁ ମୋ ସ୍ବାମୀଙ୍କ ସହ ମ୍ୟାଚ୍‌ ଏଞ୍ଜେୟ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri