Posted inଖେଳ

ଟେଷ୍ଟ ଟିମ୍‌ରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ; ରାଗିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୪।୧: ଭାରତୀୟ ଟିମ୍‌ ଏବେ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ସିରିଜ ଖେଳୁଛି। ହେଲେ ଶୁକ୍ରବାର ବିସିସିଆଇ ଅଷ୍ଟ୍ରେଲିଆ ସିରିଜ ଲାଗି ଦଳ ଘୋଷଣା କରିଛି। ଦୁଇ ଟେଷ୍ଟ ମ୍ୟାଚ୍‌ ଲାଗି ଘୋଷଣା କରାଯାଇଥିବା ଟିମ୍‌ରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ ମିଳିଛି। ହେଲେ ପ୍ରଶଂସକମାନେ ଏହି ଫର୍ମାଟରେ ତାଙ୍କ ଚୟନକୁ ନେଇ ଖପ୍ପା ହୋଇଛନ୍ତି। ଟି୨୦ ଫର୍ମାଟରେ ସେ ରନ୍‌ କରୁଥିବା ବେଳେ ଲମ୍ବା ଫର୍ମାଟରେ ନିଜକୁ ସାବ୍ୟସ୍ତ କରିବାକୁ ପଡ଼ିପାରେ ବୋଲି ଅନେକେ କହୁଛନ୍ତି। ଏହାଛଡ଼ା ମୁମ୍ବାଇର ସରଫରାଜ ଖାଁଙ୍କୁ ଦଳରେ ସାମିଲ କରାଯାଇ ନ ଥିବା ନେଇ ମଧ୍ୟ ପ୍ରଶ୍ନ କରାଯାଉଛି।

ସରଫରାଜ ଘରୋଇ କ୍ରିକେଟରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଆସୁଛନ୍ତି। ରଣଜୀ ଟ୍ରଫି ସିଜନରେ ସରଫରାଜ ମୁମ୍ବାଇ ପାଇଁ ୪୩୧ ରନ୍‌ କରିଛନ୍ତି। ଏଥିରେ ୨ ଶତକ ଏବଂ ୧ ଅର୍ଦ୍ଧଶତକ ରହିଛି। ଗତ ସିଜନରେ ମଧ୍ୟ ସେ ମାତ୍ର ୬ ମ୍ୟାଚ୍‌ରେ ୯୮୨ ରନ୍‌ କରିଥିଲେ। ଏହାକୁ ନେଇ କ୍ରିକେଟ ପ୍ରଶଂସକମାନେ ଦଳ ଚୟନ ପ୍ରକ୍ରିୟାକୁ ନେଇ ବର୍ଷିଛନ୍ତି। ସୋସିଆଲ ମିଡିଆରେ ସେମାନେ ନିଜର ପ୍ରତିକ୍ରିୟା ଦେଉଥିବା ଦେଖାଯାଇଛି। ସରଫରାଜଙ୍କ ସ୍ଥାନରେ ସୂର୍ଯ୍ୟକୁମାରଙ୍କୁ ଚୟନ କରାଯିବା ରଣଜୀ ଟ୍ରଫିର ଅପମାନ ବୋଲି ସେମାନେ କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri