Posted inଖେଳ

କ୍ରିକେଟ ଛାଡ଼ି ଦିଅନ୍ତୁ ଦୁଇ ଟେଷ୍ଟ ସ୍ପେଶାଲିଷ୍ଟ

କାନୁପର, ୨୫।୧୧: ଗୁରୁବାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଆରମ୍ଭ ହୋଇଥିବା ପ୍ରଥମ ଟେଷ୍ଟରେ ପ୍ରଥମ ଦିନ ସୁଦ୍ଧା ଭାରତ ୪ ଉଇକେଟ ହରାଇ ୨୫୮ ରନ୍‌ କରିଛି। କାଇଲ ଜେମିସନଙ୍କ ବୋଲିଂ ଯୋଗୁ ଭାରତ ଏକଦା ୧୪୫ ରନ୍‌ରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା। ଏଭଳି ସ୍ଥିତିରେ ଦଳକୁ ଆଗେଇ ଦେଇଥିଲେ ପଦାର୍ପଣକାରୀ ଶ୍ରେୟାସ ଆୟାର (୭୫) ଓ ରବୀନ୍ଦ୍ର ଜାଡେଜା (୫୦)। ଆଲୋକ ଅଭାବରୁ ୬ ଓଭର ପୂର୍ବରୁ ଖେଳ ଶେଷ କରାଯାଇଥିଲା।

ମ୍ୟାଚ୍‌ରେ ଅଧିନାୟକ ଅଜିଙ୍କ୍ୟ ରାହାନେ (୩୫) ଓ ଉପ ଅଧିନାୟକ ଚେତେଶ୍ୱର ପୂଜାରା(୨୬)ଙ୍କୁ ଭଲ ଆରମ୍ଭ ମିଳିଥିଲା। ଏହାସତ୍ତ୍ୱେ ଦୁହେଁ ବଡ଼ ସ୍କୋର କରିବାରେ ସଫଳ ହୋଇ ନ ଥିଲେ। ଏଭଳି ପ୍ରଦର୍ଶନ ପାଇଁ ଟିମ୍‌ ଇଣ୍ଡିଆର ଦୁଇ ବରିଷ୍ଠ ଖେଳାଳିଙ୍କୁ ସୋସିଆଲ ମିଡିଆରେ ବେଶ୍‌ ସମାଲୋଚିତ ହେବାକୁ ପଡ଼ିବ। ଏପରି କି କିଛି ପ୍ରଶଂସକ ଦୁହିଁଙ୍କୁ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇଯିବାକୁ କହିଛନ୍ତି।

ଜଣେ ପ୍ରଶଂସକ ଟୁଇଟ୍‌ କରିଛନ୍ତ, ଯୁବ ଖେଳାଳିଙ୍କ ପାଇଁ ବାଟ ଛାଡ଼ିବାର ସମୟ ଆସିଯାଇଛି। ସେହିଭଳି ଅନ୍ୟ ଜଣେ ଫ୍ୟାନ ଲେଖିଛନ୍ତି, ସମତଳ ବାଉନ୍ସ ନ ଥିବା ଏଭଳି ପିଚ୍‌ରେ ଅଫ୍‌ ଷ୍ଟମ୍ପ ବାହାର ବଲକୁ ପୁଲ କରିବା ରାହାନେଙ୍କ ଭୁଲ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri