Posted inଅପରାଧ

ଅମିତାଭ ବଚ୍ଚନଙ୍କୁ ଦେଖିବାକୁ ଆସିଥିବା ପ୍ରଶଂସକଙ୍କୁ ଛୁରୀରେ ଆକ୍ରମଣ

ମୁମ୍ବାଇ, ୧୧।୭- ବଲିଉଡ୍‌ ସୁପର୍‌ ଷ୍ଟାର ଅମିତାଭ ବଚ୍ଚନଙ୍କ ଟିକିଏ ଝଲକ ପାଇବା ପାଇଁ ସୁଦୂର ଉତ୍ତର ପ୍ରଦେଶରୁ ମୁମ୍ବାଇ ଆସିଥିଲେ। କିନ୍ତୁ ଅମିତାଭଙ୍କ ଦର୍ଶନ ପାଇବା ପୂର୍ବରୁ ପ୍ରଶଂସକ ଜଣଙ୍କ ଦୁବୃର୍ତ୍ତଙ୍କ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ଏମିତି ଏକ ଘଟଣା ଏବେ ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର ଅକିଲ ଶେଖ୍‌ ନାମକ ଜଣେ ବ୍ୟକ୍ତି ବିଗ୍‌ ବି’ଙ୍କ ବଡ଼ ପ୍ରଶଂସକ। ବୃତ୍ତିରେ ସେ ଜଣେ କପଡ଼ା ବ୍ୟବସାୟୀ। ଅମିତାଭଙ୍କୁ ଦେଖିବା ପାଇଁ ମନ ବଳାଇ ଅଖିଲ ଗତ ଜୁନ୍‌ ଶେଷ ସପ୍ତାହରେ ସମସ୍ତ ଲକ୍‌ ଡାଉନା ନିୟମକୁ ଉଲ୍ଲଂଘନ କରି ମୁମ୍ବାଇ ଚାଲିଆସିଥିଲେ। ମୁମ୍ବାଇ ଆସିବା ପରେ ସେ ଜୁହୁସ୍ଥିତ ଅମିତାଭଙ୍କ ବଙ୍ଗଳା ‘ଜଲାସ’ ସମ୍ମୁଖ ଫୁଟ୍‌ଫାଥ୍‌ରେ ରହୁଥିଲେ। ଏହାପରେ ଗୋପୀ ଖାରଓ୍ବା ଓ ସୁରେଶ କଞ୍ଜି ଖାରଓ୍ବା ନାମକ ଦୁଇଜଣ ବ୍ୟକ୍ତିଙ୍କ ସହ ଅକିଲ୍‌ଙ୍କ ସାକ୍ଷାତ୍‌ ହୋଇଥିଲା। ଉଭୟ ଅକିଲ୍‌ଙ୍କ ସହ ଘନିଷ୍ଠତା ବଢ଼ାଇ ତାଙ୍କୁ ମଦ୍ୟପାନ ପାଇଁ ଟଙ୍କା ମାଗିଥିଲେ। କିନ୍ତୁ ଅକିଲ୍‌ ଟଙ୍କା ଦେବାକୁ ମନା କରିବାରୁ ସେମାନେ ତାଙ୍କୁ ଏକ ନିଛାଟିଆ ଯାଗାକୁ ନେଇଯାଇଥିଲେ। ସେଠାରେ ଗୋପୀ ଓ ସୁରେଶଙ୍କ ସହ ଅକିଲ୍‌ଙ୍କ କଥା କଟାକଟି ହୋଇଥିଲା। ଏହାପରେ ଉଭୟ ଏକ ଛୁରୀରେ ଅକିଲ୍‌ଙ୍କ ଛାତି, ହାତ ଓ ପେଟକୁ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଅକିଲ୍‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୋଲିସ ଘଟଣାର ଅନୁସନ୍ଧାନ ଜାରି ରଖିଥିବା ଜୁହୁ ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri