ଭଞ୍ଜନଗର ଡିଏଫ୍‌ଓଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା: କାଠ ଚୋରିକୁ ରୋକିବା, ନୂତନ ବନୀକରଣରେ ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ବୁଧବାର ଅପରାହ୍ନରେ ଡିଏଫ୍‌ଓ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସିଏଫ୍‌ ପ୍ରଦୀପ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ଡିଏଫ୍‌ଓ ଆଚାର୍ଯ୍ୟ ସଭାରେ ତାଙ୍କର କର୍ମମୟ ଜୀବନ ସମ୍ପର୍କରେ କହିଥିଲେ। ଶୂଳପାଣି ଶତପଥି ସଭାକୁ ସଂଯୋଜନା କରିଥିଲେ। ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ବନ୍ୟପ୍ରାଣୀ ସୁରକ୍ଷା ସଭ୍ୟ ରମେଶ ପାତ୍ର, ଏ ସି ଏଫ ରଶ୍ମି ରଞ୍ଜନ ସ୍ବାଇଁ, ରେଞ୍ଜର ବିମ୍ବାଧର ସାହୁ, ପୋଲସରା ରେଞ୍ଜର ଅନିଲ ପଣ୍ଡା, ଆସିକା ରେଞ୍ଜର ପ୍ରମୋଦ କୁମାର ପଣ୍ଡା, ବଡଗଡ଼ ରେଞ୍ଜର ଅଞ୍ଜନ ନାୟକ ,ସୋରଡା ଏ ସି ଏଫ ନିହାର ରଞ୍ଜନ ମଲ୍ଲିକ, ବୁଗୁଡ଼ା ରେଞ୍ଜର ପ୍ରଦୀପ କୁମାର ମିଶ୍ର, ପୁର୍ବତନ ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ସୁରେଶ ସାଇଁ, ଅନୁପମ ବାନାର୍ଜୀ, ଖବରଦାତା
ଲୋକନାଥ କର, ବିଶ୍ବମ୍ବର ଜେନା ପ୍ରମୁଖ ଆଲୋଚନାରେ ଭାଗ ନେଇ ଆଚାର୍ଯ୍ୟଙ୍କ କର୍ମମୟ ଜୀବନ ସମ୍ପର୍କରେ କହିଥିଲେ। ଆଚାର୍ଯ୍ୟ ଏଠାରେ ଦାୟିତ୍ୱ ନେବାପରେ କାଠ ଚୋରିକୁ ରୋକିବା ସହ ନୂତନ ବନୀକରଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏଥିସହ କର୍ମଚାରୀ ମଧ୍ୟରେ ସମନ୍ବୟ ରକ୍ଷା କରି ବିଭାଗକୁ ବହୁ ଆଗକୁ ନେବାରେ ଆଚାର୍ଯ୍ୟଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି ବକ୍ତାମାନେ କହିଥିଲେ।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ କ୍ୟାଡର ଆଇଏଫ୍‌ଏସ୍‌ ଅଧିକାରିଣୀ ଭିପାସା ପାରୁଲ ଓଡ଼ିଶା କ୍ୟାଡର୍‌କୁ ଆସିବା ପରେ ଭଞ୍ଜନଗର ଘୁମୁସର ଦକ୍ଷିଣ ବନଖଣ୍ଡ ଅଧିକାରୀଣୀ ଭାବେ ବଦଳି ହୋଇଛନ୍ତି। ସେ ଆସନ୍ତାକାଲି ତାଙ୍କର ନୂତନ ଦାୟିତ୍ୱରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅନ୍ୟପଟେ ବର୍ତ୍ତମାନର ଡିଏଫ୍‌ଓ ଆଚାର୍ଯ୍ୟଙ୍କ ଅନ୍ୟତ୍ର ବଦଳି ହୋଇ ନ ଥିବା ଯୋଗୁ ସେ ଭୁବନେଶ୍ୱର ପିସିସିଏଫ୍‌ କାର୍ଯ୍ୟାଳୟରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ସେ ଏଠାରୁ ରିଲିଭ ହେବାପରେ ପିସିସିଏଫ୍‌ କାର୍ଯ୍ୟାଳୟରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri