ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ଆୟୋଜିତ ଉତ୍ସବରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା କରି ସାମ୍ବାଦିକତା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ବଢୁଛି ବୋଲି କହିଥିଲେ। ଏହି ବିଭାଗର ଛାତ୍ରୀଛାତ୍ରମାନେ ମଧ୍ୟ ଆଗାମୀ ଦିନରେ ଜଣେ ଜଣେ ଭଲ ସାମ୍ବାଦିକ ହୋଇ ବାହାରିବାକୁ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଆହ୍ବାନ କରିଥିଲେ।

ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ହର ପ୍ରସାଦ ଶତପଥି ଅନ୍ୟତମ ଅତିଥି ଭାବେ ଯୋଗଦେଇ ଗଣ ଯୋଗାଯୋଗ ବିଭାଗ ଛାତ୍ରୀଛାତ୍ର ମାନେ ସମୟ ପ୍ରତି ଧ୍ୟାନ ଦେଇ କାର୍ଯ୍ୟକରିବାକୁ ପରାମର୍ଶ ଦେଇଥିଲେ । ବିଭାଗୀୟ ମୁଖ୍ୟ ଅଧ୍ୟାପକ ବି ପ୍ରଧାନ ସ୍ବାଗତ ଭାଷଣ ଦେବାସହ ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଛାତ୍ରୀ ସ୍ମୃତି ଲେଖା ନାୟକ, ଲକ୍ଷ୍ମୀ ବେହେରା, କିନୁ ପାଳ, ରାଜଶ୍ରୀ ପରିଡ଼ା, ଯାଜ୍ଞସିନି ଜେନା, ଛାତ୍ର ନୃସିଂହ ପ୍ରଧାନ, ସ୍ୱପ୍ନେଶ୍ୱର ପାତ୍ର ପ୍ରମୁଖ ଆଲୋଚନାର ଭାଗ ନେଇ ନିଜର ମତ ରଖିଥିଲେ । ଅଧ୍ୟାପିକା ମାମଲି ନାୟକ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ଅବସରରେ ଜୁନିୟର ଛାତ୍ରୀ ଛାତ୍ରଙ୍କ ଦ୍ୱାରା ଶେଷ ବର୍ଷ ଛାତ୍ରୀ ଛାତ୍ରଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ରୋକ ଲଗାଇଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର,୧୭।୭: ‘ମହାପ୍ରଭୁ ଜଗନ୍ନାଥ’ ଆନିମେସନ ଫିଲ୍ମ ରିଲିଜ ଉପରେ ଅଙ୍କୁଶ ଲାଗିଛି। ହାଇକୋର୍ଟଙ୍କ ଅନ୍ତରୀଣ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ରଥଯାତ୍ରା ନ ସରିବା ଯାଏ ଫିଲ୍ମ…

ବାର୍‌ହା ଆତଙ୍କ: ଘରେ ପଶି ଗୋଡ଼ାଇ ଗୋଡ଼ାଇ କଲା ଆକ୍ରମଣ, ୫ ଲହୁଲୁହାଣ

ମହାକାଳପଡ଼ା,୧୭ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବରକନ୍ଧା ପଞ୍ଚାୟତର ସାଠିଏବାଟି ଗ୍ରାମରେ ଶୁକ୍ରବାର ସକାଳୁ ଜଙ୍ଗଲୀ ବାର୍‌ହା ଆତଙ୍କ ସୃଷ୍ଟି କରିଛି। ବାର୍‌ହା ଆକ୍ରମଣରେ…

ରେଳ ବିଭାଗର ବଡ଼ ଅପ୍‌ଡେଟ୍‌: ଜୁଲାଇ ୨୦ରେ ଏସବୁ ରୁଟ୍‌ରେ ଟ୍ରେନ୍‌ ବାତିଲ, ଯାଞ୍ଚ୍‌ କରିନିଅନ୍ତୁ ସ୍ଥିତି…

ନୂଆଦିଲ୍ଲୀ,୧୭ା୭: ପ୍ରତ୍ୟେକ ଟ୍ରେନ୍‌ ଯାତ୍ରୀ ଜାଣିଛନ୍ତି ଗୋଟିଏ ଟିକେଟ୍‌ କନ୍‌ଫର୍ମ ହେବା କେତେ କଷ୍ଟକର। କନ୍‌ଫର୍ମ ଟିକେଟଗୁଡ଼ିକ ଆର୍‌ଏସି କିମ୍ବା ଓ୍ବେଟିଂ ଲିଷ୍ଟକୁ ଟ୍ରାନ୍ସଫର କରାଯାଏ। ବହୁ…

ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…

ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ…

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri