Posted inଜାତୀୟ

ଐତିହାସିକ ଭବନକୁ ବିଦାୟ ଦେଉଛୁ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୮।୯: ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନକୁ ଉଦ୍‌ଘାଟନ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ନୂତନ ସଂସଦ ଭବନକୁ ଯିବା ପୂର୍ବରୁ ଆସନ୍ତୁ ଦେଶର ସଂସଦର ୭୫ ବର୍ଷର ଯାତ୍ରାକୁ ମନେ ରଖିବା। ଆମେ ସମସ୍ତେ ଏହି ଐତିହାସିକ ଭବନକୁ ବିଦାୟ ଦେଉଛୁ। ଏହି ସମୟରେ ଆମ ପାଇ ଭାବପ୍ରବଣ ମୂହୁର୍ତ୍ତ। ଦେଶବାସୀଙ୍କ ଝାଳ ଏଥିରେ ପ୍ରବେଶ କରିଛି। ସ୍ବାଧୀନ ଭାରତ ସହ ଜଡିତ ଅନେକ ଘଟଣା ଗତ ୭୫ ବର୍ଷ ମଧ୍ୟରେ ଏହି ଗୃହରେ ଘଟିଥିଲା। ମୁଁ ଏମ୍‌ପି ଭାବରେ ପ୍ରଥମ ଥର ଏହି ବିଲଡିଂରେ ପ୍ରବେଶ କରିବା ମାତ୍ରେ ଗଣତନ୍ତ୍ରର ଏହି ମନ୍ଦିରକୁ ମୁଁ ମୁଣ୍ଡ ନୁଆଁଇଥିଲି। ସ୍ବାଧୀନତା ପୂର୍ବରୁ ଏହି ଗୃହଟି ସାମ୍ରାଜ୍ୟ ବିଧାନ ପରିଷଦର ସ୍ଥାନ ଥିଲା। ସ୍ବାଧୀନତା ପରେ ଏହି ବିଲଡିଂ ସଂସଦ ଗୃହର ପରିଚୟ ପାଇଲା। ପୁରୁଣା ସଂସଦ ଭବନ ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ।
ଜି -୨୦ର ସଫଳତା ହେଉଛି ଭାରତର ସଫଳତା। ଏହା କୌଣସି ବ୍ୟକ୍ତି କିମ୍ବା ଗୋଷ୍ଠୀର ସଫଳତା ନୁହେଁ। ଏହା ସମସ୍ତଙ୍କ ପାଇଁ ଗର୍ବର ବିଷୟ। ସେହିପରି ଚନ୍ଦ୍ରୟାନ-୩ର ସଫଳତାକୁ ନେଇ ଦେଶ ଗର୍ବିତ। ଏହା ଦେଶ ତଥା ବିଶ୍ୱରେ ଏକ ନୂତନ ପ୍ରଭାବ ପକାଇବ। ଏବେ ଭାରତ କଥା ସବୁ ସ୍ଥାନରେ ଆଲୋଚନା ହେଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ଆଜିଠୁ ୨୨ ତାରିଖ ଯାଏ ୫ ଦିନ ଧରି ସଂସଦର ସ୍ବତନ୍ତ୍ର ଅଧିବେଶନ ଚାଲିବ। ସଂସଦର ସ୍ବତନ୍ତ୍ର ଅଧିବେଶନ ପୁରୁଣା ସଂସଦ ଗୃହରେ ଆରମ୍ଭ ହୋଇଛି। ଗଣେଶ ପୂଜାରେ ସଂସଦର ନୂଆ ବିଲ୍ଡିଂରେ ସ୍ବତନ୍ତ୍ର ଅଧିବେଶନ ବସିବ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଗୋବିନ୍ଦାଙ୍କ ସହ ସମ୍ପର୍କରେ ତିକ୍ତତା ମଧ୍ୟରେ, ସୁନିତା ଆହୁଜା କରିବାକୁ ଯାଉଛନ୍ତି ଏମିତି କାମ ଯାହାକୁ ନେଇ ଉଠିପାରେ ବିରାଟ ଝଡ଼! କହିଲେ ଗଣେଶ ପୂଜା ସୁଦ୍ଧା…

ମୁମ୍ବାଇ,୧୩।୯: ବଲିଉଡ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ମଧ୍ୟରେ ଚାଲିଥିବା ମନୋମାଳିନ୍ୟ ସମ୍ପ୍ରତି ସୋସିଆଲ ମିଡିଆ ଏବଂ ଚଳଚ୍ଚିତ୍ର ଜଗତରେ ଚର୍ଚ୍ଚାର ବିଷୟ…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

କେନ୍ଦ୍ର ସରକାରଙ୍କ ବଡ଼ ସୂଚନା, ୧୫ ସେପ୍ଟେମ୍ୱରରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର!

ନୂଆଦିଲ୍ଲୀ,୧୩।୯: ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ପକ୍ଷରୁ ବୃଦ୍ଧି କରାଯାଇଥିବା ସମୟସୀମା ଅନୁଯାୟୀ, ବର୍ତ୍ତମାନ ୧୪ ସେପ୍ଟେମ୍ୱର ୨୦୨୬ ସୁଦ୍ଧା ଇ-କେୱାଇସି (eKYC) କରିବାକୁ ପଡ଼ିବ। ର୍ନିଦ୍ଧାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?