Posted inଜାତୀୟ

ଭେଙ୍କିଆ ନାଇଡୁଙ୍କୁ ବିଦାୟ, ଯୁବବର୍ଗଙ୍କୁ ଆଗେଇବା ପାଇଁ କାମ କରିଥିବା କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୮।୮ : ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କୁ ବିଦାୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆପଣ ଦେଶର ଯୁବବର୍ଗଙ୍କୁ ଆଗେଇବା ଲାଗି କାର୍ଯ୍ୟ କରିଛନ୍ତି। ଯୁବବର୍ଗଙ୍କୁ ପ୍ରେରଣା ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ମୋର ବ୍ୟକ୍ତିଗତ ସୌଭାଗ୍ୟ ଯେ ମୁଁ ଆପଣଙ୍କୁ ବିଭିନ୍ନ ଭୂମିକାରେ ଅତି ନିକଟରୁ ଦେଖିଛି। ଅନେକ ଭୂମିକା ମଧ୍ୟ ଏପରି ହୋଇଛି, ଯେଉଁଥିରେ ମୁଁ ମଧ୍ୟ ଆପଣଙ୍କ ସହିତ କାମ କରିବାର ସୁଯୋଗ ପାଇଛି।

ନାଇଡୁଙ୍କ ବିଦାୟ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆପଣ ଅନେକ ଥର କହୁଛନ୍ତି ଯେ ମୁଁ ରାଜନୀତିରୁ ଅବସର ନେଇଛି କିନ୍ତୁ ସାଧାରଣ ଜୀବନରେ ଆପଣ କ୍ଳାନ୍ତ ନୁହନ୍ତି। ଭବିଷ୍ୟତରେ ଆପଣଙ୍କ ଅନୁଭୂତିରୁ ଦେଶ ଉପକୃତ ହେବ। ଆମ ପରି କାର୍ଯ୍ୟକର୍ତ୍ତା ଏହାକୁ ପାଇବା ଜାରି ରଖିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏଥର ଆମେ ଏପରି ଏକ ସ୍ବାଧୀନତା ଦିବସ ପାଳନ କରୁଛୁ, ଯେତେବେଳେ ଦେଶର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ହେଉଛନ୍ତି ସେହି ସମସ୍ତ ବ୍ୟକ୍ତି ଯେଉଁମାନେ ସ୍ବାଧୀନ ଭାରତରେ ଜନ୍ମ ହୋଇଛନ୍ତି। ସେମାନେ ସମସ୍ତେ ଅତି ସାଧାରଣ ପୃଷ୍ଠଭୂମିରୁ ଆସିଛନ୍ତି। ମୁଁ ଭାବୁଛି ଏହାର ଏକ ସାଙ୍କେତିକ ମହତ୍ତ୍ୱ ଅଛି । ନାଇଡୁ ଅଗଷ୍ଟ ୧୦ରେ ପଦ ତ୍ୟାଗ କରିବେ। ଅଗଷ୍ଟ ୧୧ରେ ନୂଆ ଉପରାଷ୍ଟ୍ରପତି ଜଗଦୀପ୍‌ ଧନକର ପଦ ଓ ଗୋପନୀୟତାର ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri