Posted inଜାତୀୟ

ଭେଙ୍କିଆ ନାଇଡୁଙ୍କୁ ବିଦାୟ, ଯୁବବର୍ଗଙ୍କୁ ଆଗେଇବା ପାଇଁ କାମ କରିଥିବା କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୮।୮ : ଉପରାଷ୍ଟ୍ରପତି ଭେଙ୍କିଆ ନାଇଡୁଙ୍କୁ ବିଦାୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଆପଣ ଦେଶର ଯୁବବର୍ଗଙ୍କୁ ଆଗେଇବା ଲାଗି କାର୍ଯ୍ୟ କରିଛନ୍ତି। ଯୁବବର୍ଗଙ୍କୁ ପ୍ରେରଣା ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହା ମୋର ବ୍ୟକ୍ତିଗତ ସୌଭାଗ୍ୟ ଯେ ମୁଁ ଆପଣଙ୍କୁ ବିଭିନ୍ନ ଭୂମିକାରେ ଅତି ନିକଟରୁ ଦେଖିଛି। ଅନେକ ଭୂମିକା ମଧ୍ୟ ଏପରି ହୋଇଛି, ଯେଉଁଥିରେ ମୁଁ ମଧ୍ୟ ଆପଣଙ୍କ ସହିତ କାମ କରିବାର ସୁଯୋଗ ପାଇଛି।

ନାଇଡୁଙ୍କ ବିଦାୟ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆପଣ ଅନେକ ଥର କହୁଛନ୍ତି ଯେ ମୁଁ ରାଜନୀତିରୁ ଅବସର ନେଇଛି କିନ୍ତୁ ସାଧାରଣ ଜୀବନରେ ଆପଣ କ୍ଳାନ୍ତ ନୁହନ୍ତି। ଭବିଷ୍ୟତରେ ଆପଣଙ୍କ ଅନୁଭୂତିରୁ ଦେଶ ଉପକୃତ ହେବ। ଆମ ପରି କାର୍ଯ୍ୟକର୍ତ୍ତା ଏହାକୁ ପାଇବା ଜାରି ରଖିବେ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏଥର ଆମେ ଏପରି ଏକ ସ୍ବାଧୀନତା ଦିବସ ପାଳନ କରୁଛୁ, ଯେତେବେଳେ ଦେଶର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ହେଉଛନ୍ତି ସେହି ସମସ୍ତ ବ୍ୟକ୍ତି ଯେଉଁମାନେ ସ୍ବାଧୀନ ଭାରତରେ ଜନ୍ମ ହୋଇଛନ୍ତି। ସେମାନେ ସମସ୍ତେ ଅତି ସାଧାରଣ ପୃଷ୍ଠଭୂମିରୁ ଆସିଛନ୍ତି। ମୁଁ ଭାବୁଛି ଏହାର ଏକ ସାଙ୍କେତିକ ମହତ୍ତ୍ୱ ଅଛି । ନାଇଡୁ ଅଗଷ୍ଟ ୧୦ରେ ପଦ ତ୍ୟାଗ କରିବେ। ଅଗଷ୍ଟ ୧୧ରେ ନୂଆ ଉପରାଷ୍ଟ୍ରପତି ଜଗଦୀପ୍‌ ଧନକର ପଦ ଓ ଗୋପନୀୟତାର ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?